Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ
ଆଜିର ଖବର

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ
ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

ପୁରୀ: କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର ତଥା ଜନସମ୍ପର୍କ ଅଭିଯାନକୁ ଅଧିକ ବ୍ୟାପକ କରିବା ଲକ୍ଷ୍ୟରେ ଆଜି ପୁରୀ ଆକାଶବାଣୀ କେନ୍ଦ୍ର ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଓଡ଼ିଶା ଏବଂ ଝାଡ଼ଖଣ୍ଡ ପ୍ରାନ୍ତ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ‘ବିକଶିତ ଭାରତ @୨୦୪୭’ ସଂକଳ୍ପକୁ ସାକାର କରିବା ଦିଗରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ଆଲୋକପାତ କରିଛନ୍ତି। ଏହି ଗସ୍ତ ସମୟରେ ଶ୍ରୀ ମିଶ୍ର ପୁରୀ ଆକାଶବାଣୀ କେନ୍ଦ୍ରର ଭିତ୍ତିଭୂମି, ସୁବିଧା ସୁଯୋଗ ଏବଂ କର୍ମଚାରୀଙ୍କ ସ୍ଥିତି ପରଖିବା ସହ ବର୍ତ୍ତମାନର ପ୍ରସାରଣ କ୍ଷେତ୍ରରେ ଥିବା ବିଭିନ୍ନ ଆହ୍ୱାନ ସମ୍ପର୍କରେ ଆଲୋଚନା କରିଥିଲେ।

ଆଧୁନିକ ବୈଷୟିକ ଜ୍ଞାନକୌଶଳର ଅଗ୍ରଗତି ସହ ପ୍ରସାରଣ କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଉପରେ ଗୁରୁତ୍ୱାରୋପ କରି ଶ୍ରୀ ମିଶ୍ର କହିଥିଲେ, ନୂତନ ପ୍ରଯୁକ୍ତିବିଦ୍ୟାର ଉପଲବ୍ଧତା ଯୋଗୁଁ ଆଜିର ଶ୍ରୋତା ବର୍ଗ ବିଭିନ୍ନ ଭାଗରେ ବିଭକ୍ତ ହୋଇଯାଇଛନ୍ତି। ବିଭ୍ରାନ୍ତିକର ତଥ୍ୟ ଏବଂ ଗୁଜବ ବା ମିଥ୍ୟା ଖବରର ଏହି ଯୁଗରେ ସରକାରୀ ଗଣମାଧ୍ୟମର ଦାୟିତ୍ୱ ଆହୁରି ବଢ଼ିଯାଇଛି। ସଠିକ୍, ସତ୍ୟ ଏବଂ ବିଶ୍ୱସନୀୟ ସୂଚନା ଲୋକଙ୍କ ପାଖରେ ପହଞ୍ଚାଇବା ଆଜିର ସମୟରେ ସାମ୍ବାଦିକମାନଙ୍କ ପାଇଁ ଏକ ବଡ଼ ଆହ୍ୱାନ। ଭାରତୀୟ ପ୍ରସାରଣ ବ୍ୟବସ୍ଥାର ବିବିଧତା ସମ୍ପର୍କରେ ସୂଚନା ଦେଇ ସେ କହିଥିଲେ ଯେ, ବିପର୍ଯ୍ୟୟ ସମୟରେ ରେଡିଓର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ତୃଣମୂଳ ସ୍ତରରେ ସାଧାରଣ ଜନତାଙ୍କ ସହ ସିଧାସଳଖ ଯୋଡ଼ି ହୋଇଥାଏ, ଯାହା ସୂଚନା ଆଦାନପ୍ରଦାନ କ୍ଷେତ୍ରରେ ଏକ ଅନନ୍ୟ ମାଧ୍ୟମ।

ଏହି ବୈଠକରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର ସହକାରୀ ନିର୍ଦ୍ଦେଶକ ପ୍ରଦୀପ କୁମାର ଚୌଧୁରୀ, ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ର ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ସ୍ୱାଧୀନ ଶକ୍ତି ପ୍ରସାଦଙ୍କ ସମେତ ପୁରୀ ଆକାଶବାଣୀ କେନ୍ଦ୍ରର ମୁଖ୍ୟ ଶିଲେନ ପଟ୍ଟନାୟକ, କାର୍ଯ୍ୟକ୍ରମ ନିର୍ବାହୀ ଦିଲ୍ଲୀପ ନାୟକ ପ୍ରମୁଖ ଉପସ୍ଥିତ ରହି ପ୍ରଚାର କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ ମତ ରଖିଥିଲେ। ଏହି ଅବସରରେ ପୁରୀର ଅନେକ ବରିଷ୍ଠ ସାମ୍ବାଦିକ ମଧ୍ୟ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଅଖିଳ ମିଶ୍ର ଆକାଶବାଣୀ ପୁରୀ ପିଆଇବି ଏଡିଜି
Share. Facebook Twitter LinkedIn Email WhatsApp Copy Link

Related Posts

ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Latest News

ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.