ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ବିରୋଧୀ ଦଳ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଯାହା ଉକ୍ତ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ବାଚନିକ ଭୋଟରେ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ଏହାପରେ ଲୋକସଭାକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବୀ କରାଯାଇଛି।


