Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର
ଆଜିର ଖବର

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Body of Odia Labour Who Died in Qatar Brought Back to Odisha
Body of Odia Labour Who Died in Qatar Brought Back to Odisha

ଭୁବନେଶ୍ଵର: ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ କତାର ଦେଶରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଶ୍ରମିକ କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକର ବାସିନ୍ଦା କୁନା ଖୁଣ୍ଟିଆ ଗତ ୪ ମାସ ତଳେ କତାର ଦେଶର ଏକ ଘରୋଇ କମ୍ପାନୀ ଠାରେ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। ବିଗତ ମାର୍ଚ୍ଚ ୬, ୨୦୨୬ ରିଖ ଦିନ ତାଙ୍କ ମୃତ୍ୟୁ ସମ୍ବନ୍ଧରେ ପରିବାର ଲୋକ ଖବର ପାଇଥିଲେ। ପରିବାର ଲୋକଙ୍କ କହିବା ଅନୁଯାୟୀ, କୁନା ଖୁଣ୍ଟିଆ ନିଜ ରୁମ୍ରେ ବିଶ୍ରାମ ନେଉଥିବା ବେଳେ ଆକସ୍ମିକ ଭାବେ ତାଙ୍କର ମୃତ୍ୟୁ ଘଟିଥିବାର ଖବର ସେମାନେ ଜାଣିବାକୁ ପାଇଥିଲେ। ଏହାପରେ କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଓଡ଼ିଶାକୁ ଫେରାଇ ଆଣିବା ପାଇଁ ପରିବାର ଲୋକ ଓଡ଼ିଶା ସରକାରଙ୍କ ପାଖରେ ନିବେଦନ କରିଥିଲେ।

ଏହି ସମ୍ବନ୍ଧରେ ଅବଗତ ହେବା ପରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନୂଆଦିଲ୍ଲୀ ସ୍ଥିତ ଓଡ଼ିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ଏବଂ ଗଞ୍ଜାମ ଜିଲ୍ଲା ପ୍ରଶାସନର ମିଳିତ ସହାୟତାରେ କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଗଞ୍ଜାମ ଜିଲ୍ଲା ସ୍ଥିତ ତାଙ୍କ ପୈତୃକ ଗ୍ରାମକୁ ଆଜି ପଠାଇ ଦିଆଯାଇଛି। ଗୁରୁବାର ସକାଳେ କୁନାଙ୍କ ମୃତ ଶରୀର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ଠାରେ ପହଞ୍ଚିବା ପରେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଏବଂ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ପ୍ରିତିଶ ପଣ୍ଡା ଉପସ୍ଥିତ ରହି କୁନା ଖୁଣ୍ଟିଆଙ୍କ ମୃତ ଶରୀରକୁ ଗଞ୍ଜାମ ଜିଲ୍ଲା ସ୍ଥିତ ତାଙ୍କ ପୈତୃକ ଗ୍ରାମକୁ ପଠାଇବାର ସମସ୍ତ ବ୍ୟବସ୍ଥା କରିଥିଲେ।

Odisha Qatar ଓଡିଶା ସରକାର କୁନା ଖୁଣ୍ଟିଆ ବୈଦେଶିକ ମନ୍ତ୍ରାଳୟ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026
Latest News

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.