Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ
ଆଜିର ଖବର

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରବିନ୍ଦ୍ର ଜେନା
ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ବର: ରବିନ୍ଦ୍ର ଜେନା ବିଜେପିରେ ମିଶିବା ପରେ ବାଲେଶ୍ବର ଜିଲ୍ଲା ରାଜନୀତିରେ ଦେଖାଦେଇଛି ଅସନ୍ତୋଷ। ଏହାର ଜ୍ବଳନ୍ତ ଉଦାହରଣ ହେଉଛନ୍ତି ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ଆଜି ସେ ସାମ୍ବାଦିକ ସମ୍ମିଳନୀ କରି ବିଜେପିରୁ ଇସ୍ତଫା ଦେଲି ବୋଲି ଘୋଷଣା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ବିଜେପି ଶାସନ କ୍ଷମତାକୁ ଆସିବା ପରେ ତାହାର ନୈତିକତା ପତନ ଘଟିଛି। କାରଣ ଚିଟ ଫଣ୍ଡ ଅଭିଯୁକ୍ତଙ୍କୁ ବିଜେପି କେବେ କୋଳେଇ ନ ଥାଆନ୍ତା।

ଜୀବନ ୨୦୦୦-୨୦୦୫ ବାଲେଶ୍ୱରରରୁ ବିଜେପିରୁ ବିଧାୟକ ଥିଲେ। ପରେ ବିଜେଡିରୁ ୨୦୦୯-୧୪ ଓ ୨୦୧୪-୧୯ ପର୍ଯ୍ୟନ୍ତ ବିଧାୟକ ଥିଲେ। ୨୦୧୯ ନିର୍ବାଚନରେ ସେ ବିଜେପି ବିଧାୟକ ସ୍ବର୍ଗତ ମଦନମୋହନ ଦତ୍ତଙ୍କ ଠାରୁ ପରାଜିତ ହୋଇଥିଲେ। ସେତେବେଳେ ଦଳ ତାଙ୍କୁ ଟିକେଟ ନ ଦେବାରୁ ସେ ଅସନ୍ତୁଷ୍ଠ ହୋଇ ଉପନିର୍ବାଚନରେ ସାହାର୍ଯ୍ୟ କରି ନ ଥିଲେ। ଫଳରେ ବିଜେଡି ତାଙ୍କୁ ଦଳରୁ ବହିସ୍କାର କରିଥିଲା। ଏହାପରେ ସେ ବିଜେପିରେ ଯୋଗ ଦେଇଥିଲେ।

ଜୀବନ ପ୍ରଦୀପ ଦାଶ ରବିନ୍ଦ୍ର ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Latest News

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.