Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର
ଆଜିର ଖବର

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର
ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଲଗୁଣ୍ଠା ବ୍ଲକ୍ ଗାଙ୍ଗପୁର ଥାନା ଅନ୍ତର୍ଗତ ରତନପୁର ନିକଟରେ ଲୋହରାଖଣ୍ଡି ନଦୀ ହିଡ଼ରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନା ପ୍ରକାରେ ସୋମନାଥପଲ୍ଲୀର ପ୍ରତାପ ଦାସ ଜଣେ ଟ୍ରାକ୍ଟର୍ ଚାଳକ ଅଟନ୍ତି। ଆଜି ସଂକ୍ରାନ୍ତି ଛୁଟି ଥିବାରୁ ବେଲଗୁଣ୍ଠା ଥାନା ବଲାଡ଼ି ଗ୍ରାମରେ ରହୁଥିବା ନିଜ ସମ୍ପର୍କୀୟ ନିରଞ୍ଜନ ବେହେରାଙ୍କ ଘରକୁ ଯାଇ ମଧ୍ୟାହ୍ନ ସମୟରେ ନିରଞ୍ଜନଙ୍କ ପୁଅ ଜଗନ୍ନାଥ ବେହେରାଙ୍କ ସହିତ ମୋଟରସାଇକେଲ୍ ଯୋଗେ ନିଜ ଗ୍ରାମ ସୋମନାଥପଲ୍ଲୀକୁ ଫେରୁଥିଲେ।

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଜଗନ୍ନାଥ ଏବଂ ପ୍ରତାପ ଏକ ମୋଟରସାଇକେଲ୍ ରେ ନଦୀ ହିଡ଼କୁ ଉଠିବା ସମୟରେ ପଛପଟୁ ଏକ ହାଇୱା ଟ୍ରକ୍ ଆସି ଜଗନ୍ନାଥଙ୍କ ମୋଟରସାଇକେଲ୍ କୁ ଧକ୍କା ଦେଇଥିଲା। ଫଳରେ ଜଗନ୍ନାଥ ଏବଂ ପ୍ରତାପ ଛିଟିକି ପଡ଼ିଥିଲେ। ଉଭୟେ ତଳେ ପଡ଼ିଯିବା ପରେ ହାଇୱାଟି ଜଗନ୍ନାଥଙ୍କ ଅଣ୍ଟା ଉପରେ ମାଡ଼ିଯାଇଥିଲା। ପରେ ହାଇୱାଟି ପଛକୁ ଖସିବା ସମୟରେ ତଳେ ପଡିଯାଇଥିବା ପ୍ରତାପଙ୍କ ହାତ ଉପରେ ଚଢ଼ି ଯାଇଥିଲା।

ଫଳରେ ଜଗନ୍ନାଥ ଗୁରୁତର ଆହତ ହୋଇଥିବା ବେଳେ ପ୍ରତାପଙ୍କର ମଧ୍ୟ ଗୋଟିଏ ହାତ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଉଭୟଙ୍କୁ ସ୍ଥାନୀୟ ଲୋକେ ପ୍ରଥମେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଓ ପରବର୍ତ୍ତୀ ସମୟରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ଉଭୟ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗାଙ୍ଗପୁର ଥାନା ଦୁଇ ଗୁରୁତର ବେଲଗୁଣ୍ଠା ବ୍ଲକ୍ ହାଇୱା ଦୂର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.