Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ
ଆଜିର ଖବର

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Lalit Kala Akademi Celebrates 66th Foundation Day
Odisha Lalit Kala Akademi Celebrates 66th Foundation Day

ଭୁବନେଶ୍ଵର: ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଶିଷ୍ଟ ଶିଳ୍ପୀ ପଦ୍ମଶ୍ରୀ ଅଦ୍ୱୈତ ଚରଣ ଗଡ଼ନାୟକ, ପଦ୍ମଶ୍ରୀ ବିନୋଦ ମହାରଣା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। “ଓଡ଼ିଶାର କଳା, ଭାସ୍କର୍ଯ୍ୟ, ସଂସ୍କୃତିକୁ ସମୃଦ୍ଧ କରିବା ଦିଗରେ ଓଡ଼ିଶା ଲଳିତ କଳା ଏକାଡେମୀ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛି। ନିକଟ ଅତୀତରେ ଏକାଡେମୀ ପକ୍ଷରୁ ଜାତୀୟ ସ୍ତରୀୟ ଚିତ୍ରକଳା କର୍ମଶାଳାର ଆୟୋଜନ ମଧ୍ୟ କରାଯାଇଛି। ଆମ ରାଜ୍ୟର ବିଭିନ୍ନ ପାରମ୍ପରିକ ଚିତ୍ରକଳାର ସଂରକ୍ଷଣ ସହ ଆଜିର କୃତ୍ରିମ ବୁଦ୍ଧିମତାର ଯୁଗରେ ଚିତ୍ରକଳା କ୍ଷେତ୍ରରେ ଯେପରି ବିଭିନ୍ନ କୌଶଳ ଓ ପ୍ରଯୁକ୍ତିବିଦ୍ୟାକୁ ପ୍ରୟୋଗ କରାଯାଇପାରିବ ଏବଂ ଯୁବ ଚିତ୍ରଶିଳ୍ପୀମାନେ ଯେପରି ଚିତ୍ରକଳା କ୍ଷେତ୍ରରେ ସଫଳତା ଅର୍ଜନ କରିପାରିବେ, ସେ ଦିଗରେ ଆମେ ସମସ୍ତେ ମିଳିମିଶି କାର୍ଯ୍ୟ କରିବା ଉଚିତ” ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।

ଓଡ଼ିଶା ଲଳିତ କଳା ଏକାଡେମୀର ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ “ଓଡ଼ିଶାର ସଂସ୍କୃତି” ଶୀର୍ଷକକୁ ନେଇ ଚିତ୍ରାଙ୍କନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। କୃତୀ ପ୍ରତିଭାଙ୍କୁ ଏକାଡେମୀ ପକ୍ଷରୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଓଡ଼ିଶା ଲଳିତ କଳା ଏକାଡେମୀର ସଚିବ ଡ଼. ଦେବଯାନୀ ଭୂୟାଁ ପରିଚାଳନା କରିଥିଲେ। ପରିଶେଷରେ ସୁନୀଲ କୁମାର ଡାକୁଆ ଧନ୍ୟବାଦ ଅର୍ପଣ କରିଥିଲେ।

foundation day Odisha Lalit Kala Akademi କଳିଙ୍ଗ ଆର୍ଟ ଗ୍ୟାଲେରୀ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

June 28, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.