ଭୁବନେଶ୍ଵର: ଏସସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ଏହି ଦୁଃଖଦ ଘଟଣାରେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ମୋଦୀ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହା ପୂର୍ବରୁ ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି।


