ଭୁବନେଶ୍ଵର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରି-୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି (ସାର୍ଟିଫିକେଟ୍ ଏବଂ ସେମିଷ୍ଟାର-ଆଧାରିତ ପାଠ୍ଯକ୍ରମ ବ୍ୟତୀତ)। ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦/- ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in ଏବଂ ପୁନଃ ପଞ୍ଜିକରଣ ଲିଙ୍କ ହେଲା https://onlinerr.ignou.ac.in।
ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ।


