Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ
ଆଜିର ଖବର

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
High-Level Meeting on Kharagpur–Tangi–Visakhapatnam–Vijayawada High-Speed Corridor
High-Level Meeting on Kharagpur–Tangi–Visakhapatnam–Vijayawada High-Speed Corridor

ଭୁବନେଶ୍ୱର: ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ଏକ୍ସପ୍ରେସ୍‌ ୱ ତଥା ହାଇସ୍ପିଡ୍‌ କରିଡ଼ର ନିର୍ମାଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା ରାଜ୍ୟ ମଧ୍ୟ ଦେଇ ନିର୍ମାଣ ହେବାକୁ ଥିବା ୬ ଲେନ୍‌ବିଶିଷ୍ଟ ଏହି ନୂତନ ଗ୍ରିନ୍‌ଫିଲଡ ହାଇସ୍ପିଡ୍‌ କରିଡ଼ର ନିର୍ମାଣ ନେଇ ପ୍ରସ୍ତାବିତ ନକ୍ସା, ଜିଲ୍ଲା, ଅର୍ଥନୈତିକ ଅଞ୍ଚଳ ଏବଂ ସହର ସଂଯୋଗୀକରଣ ଓ ଜମି ଅଧିଗ୍ରହଣ ଆଦି ବିଷୟରେ ଆଲୋଚନା ହୋଇଥିଲା।

ଓଡ଼ିଶା ରାଜ୍ୟ ମଧ୍ୟ ଦେଇ ମୋଟ ୫୨୨ କିଲୋମିଟର ଦୀର୍ଘ ଏହି ନୂଆ ଗ୍ରିନ୍‌ଫିଲଡ କରିଡ଼ର ମୟୂରଭଞ୍ଜ, କେଉଁଝର, ଢେଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଆଦି ୯ଟି ଜିଲ୍ଲାର ୨୭ଟି ସହରକୁ ସଂଯୋଗ କରିବ। ଏଥି ସହିତ ଏହି କରିଡ଼ର ରାଜ୍ୟର ଖଣିଜ ତଥା ଅର୍ଥନୈତିକ ଅଞ୍ଚଳକୁ ଯୋଗାଯୋଗ ସୁଦୃଢ଼ କରିବା ସହିତ ରାଜ୍ୟର ବିକାଶକୁ ଏକ ନୂଆ ଦିଗ ପ୍ରଦାନ କରିବ। ପଶ୍ଚିମବଙ୍ଗ, ଝାରଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଦେଇ ଯାଉଥିବା ୧୧୦୨ କିଲୋମିଟର ରାସ୍ତାରୁ ଓଡ଼ିଶାରେ ହେବାକୁ ଥିବା ୫୨୨ କିମି ରାସ୍ତା ସମ୍ପୂର୍ଣ୍ଣ ନୂତନ ଭାବେ ନିର୍ମାଣ ହେବ। ଏଥିରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୯୭ କିଲୋମିଟର ରାସ୍ତା ନିର୍ମିତ ହେବାକୁ ଥିବାବେଳେ ଢେଙ୍କାନାଳରେ ୮୮ କିମି, ମୟୂରଭଞ୍ଜ ଓ କେଉଁଝରରେ ୮୬ କିମି ଏବଂ ରାୟଗଡ଼ା ଜିଲ୍ଲାରେ ୫୩ କିମି ରାସ୍ତା ନିର୍ମିତ ହେବ ବୋଲି ବୈଠକର ଆଲୋଚନା ହୋଇଥିଲା।

ଏହି ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ ଲକ୍ଷ୍ମୀକାନ୍ତ ପାଢ଼ୀ, ଇଆଇସି (ସିଭିଲ୍‌ ତଥା ରୋଡ୍‌ସ-୨) ଇଂ ସତ୍ୟବ୍ରତ ବେହେରା, ଇଆଇସି (ରୋଡ୍‌ସ-୧) ଇଂ ଧ୍ୟାନଚାନ୍ଦ ନାୟକ, କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟର ଆଞ୍ଚଳିକ ଅଧିକାରୀ ସୁନୀଲ କୁମାର, ମୁଖ୍ୟ ଯନ୍ତ୍ରୀ (ରୋଡ୍‌ସ) ଇଂ ଶିବବ୍ରତ ତରିଆ, ମୁଖ୍ୟଯନ୍ତ୍ରୀ (ଜାତୀୟ ରାଜପଥ) ଇଂ ନାରାୟଣ ପଟେଲଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

High-level meeting Kharagpur Speed Corridor tangi Vijayawada High Visakhapatnam
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.