Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ
ଆଜିର ଖବର

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
RTI Skill Development Workshop Launched
RTI Skill Development Workshop Launched

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ସୂଚନା ଅଧିକାର ଆଇନ-୨୦୦୫ ସମ୍ବନ୍ଧୀୟ ଏକ ଚାରି ଦିବସୀୟ ଦକ୍ଷତା ବିକାଶ ତାଲିମ୍ ତଥା କର୍ମଶାଳା ଉଦଘାଟିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ସୂଚନା ଆୟୁକ୍ତ ଦିଲ୍ଲୀପ୍ କୁମାର ବିଷୋୟୀ ମୁଖ୍ୟ ପ୍ରଶିକ୍ଷକ ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ନୋଡାଲ୍ ପିଆଇଓ (PIO), ପ୍ରଥମ ଅପିଲ୍ କର୍ତ୍ତୃପକ୍ଷ (first appellate authority) ଓ ଅଧିକାରୀମାନଙ୍କୁ ସୂଚନା ଅଧିକାର ଆଇନ୍ ସମ୍ବନ୍ଧୀୟ ପ୍ରଶିକ୍ଷଣ ପ୍ରଦାନ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗର ସମ୍ମିଳନୀ କକ୍ଷରେ କର୍ମଶାଳାର ଉଦଘାଟନରେ ବିଭାଗୀୟ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ ଓ ସମବାୟ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଉଷାରାଣୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ଶ୍ରୀ ବିଶୋୟୀ ସୂଚନା ଅଧିକାର ଆଇନ-୨୦୦୫ର ଉଦ୍ଦେଶ୍ୟ ଓ ଗୁରୁତ୍ୱ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଆଇନ ନାଗରିକମାନଙ୍କୁ ସରକାରୀ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ପାଇବାକୁ କ୍ଷମତା ଦିଏ ଏବଂ ଦାୟିତ୍ୱପୂର୍ଣ୍ଣ ପ୍ରଶାସନକୁ ପ୍ରୋତ୍ସାହିତ କରେ। ସରକାରୀ କର୍ତ୍ତୃପକ୍ଷଙ୍କୁ ଦକ୍ଷ କରିବା ପାଇଁ ଏପରି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅତ୍ୟନ୍ତ ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଛନ୍ତି। ସେହିପରି ସୂଚନା ଅଧିକାର ଆଇନର ବିଭିନ୍ନ ଧାରା, ଏହାର କାର୍ଯ୍ୟପ୍ରଣାଳୀ ଓ ନିଜ ଅନୁଭବ ଆଧାରିତ ଅନେକ ଉଦାହରଣ ମାଧ୍ୟମରେ ସେ ଅଂଶଗ୍ରହଣକାରୀମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ।

ସେହିପରି ନିର୍ଦ୍ଦେଶକ ଶ୍ରୀ ଦାସ ପଟ୍ଟନାୟକ ସୂଚନା ଅଧିକାର ଆଇନର ଗୁରୁତ୍ୱ ଉପରେ ଆଲୋକପାତ କରି ସରକାରୀ ପ୍ରଶାସନର ସ୍ୱଚ୍ଛତା ଓ ଉତ୍ତରଦାୟିତ୍ଵ ବୃଦ୍ଧିରେ ଏହି ଆଇନର ଭୂମିକା ବିଷୟରେ ଉଲ୍ଲେଖ କରିଥିଲେ। ସେହିପରି ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ ଆରଟିଆଇ ଆବେଦନ ଗ୍ରହଣ କରିବା ଏବଂ ଉଚିତ୍ ସମୟରେ ଉତ୍ତର ରଖିବା ଉପରେ ଗୁରୁତ୍ବାରୋପ କରିଛନ୍ତି।

ଏହି ଚାରି ଦିବସୀୟ କର୍ମଶାଳାରେ ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗ ଯଥା, ସମବାୟ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି, ଅର୍ଥ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସଂସଦୀୟ ବ୍ୟାପାର, ପଞ୍ଚାୟତିରାଜ ଓ ପାନୀୟ ଜଳ, ଉଚ୍ଚ ଶିକ୍ଷା, ସ୍ବରାଷ୍ଟ୍ର, ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ, ଗ୍ରାମ୍ୟ ଉନ୍ନୟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡ଼ା ଓ ଯୁବସେବା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଜଳସମ୍ପଦ, ପର୍ଯ୍ୟଟନ, ମହିଳା ଓ ଶିଶୁ ବିକାଶ, ଗୃହ ଓ ନଗର ଉନ୍ନୟନ, ଶ୍ରମ ଓ ରାଜ୍ୟବୀମା କର୍ମଚାରୀ, ଆଇନ, ଏମଏସଏମଇ ସହିତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିବେ। ୪ ଟି ପର୍ଯ୍ୟାୟରେ ସମସ୍ତ ବିଭାଗର କର୍ତ୍ତୃପକ୍ଷଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ।

ଦକ୍ଷତା ବିକାଶ ତାଲିମ ଭୁବନେଶ୍ୱର ସୂଚନା ଓ ଲୋକସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026
Latest News

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.