Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି
ଆଜିର ଖବର

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା' ମଙ୍ଗଳାଙ୍କର ନୀତିକାନ୍ତି
ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା' ମଙ୍ଗଳାଙ୍କର ନୀତିକାନ୍ତି

କାକଟପୁର: ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର, ଦ୍ଵିତୀୟ ପାଳି ଯାତ୍ରା। ଆସନ୍ତୁ ଆଜି କାକଟପୁର ମା’ ମଙ୍ଗଳାଙ୍କର ସଂପୂର୍ଣ୍ଣ ନୀତିକନ୍ତି ବିଷୟରେ ଜାଣିବା।

ରାତ୍ର ତିନି ଘଡି ଥାଇ ମନ୍ଦିର ଦ୍ବାରଫିଟା ପରେ ମଙ୍ଗଳ ଆଳତି, ଭିତର ଶୋଧ, ସ୍ନାନ, ବେଶ, ଚନ୍ଦନ ଲାଗି ପରେ ସୂର୍ଯ୍ୟପୂଜା, ବଲ୍ଲଭ ନୀତି କରାଯାଏ। ବଲ୍ଲଭ ନୀତି ପରେ ପ୍ରାରମ୍ଭିକ ସମୟରେ ସକାଳ ଧୂପ କରାଯାଏ ଏବଂ ବନ୍ଦାପନା ଆଳତୀ ପରେ ସର୍ବସାଧାରଣ ଦର୍ଶନ ପାଇଁ ସାହାଣମେଲା କରାଦିଆଯାଏ। ଏବଂ ମା ଙ୍କର ଦର୍ଶନ କରିବା ସହ ବେଢାରେ ସୀମନ୍ତିନୀ ଗଣ ଙ୍କ ଦ୍ଵାରା ମନ୍ଦିର ବେଢାରେ ପନ୍ଥେଇ ପୂଜା କରିଥାନ୍ତି।

ପ୍ରାୟତଃ ମଧ୍ୟାହ୍ନ ସମୟ ରେ ଶାରଳା ପୀଠ ରୁ ଆସିଥିବା ରାଉଳ ସେବକ ମାନେ ଓ ଭୋଇ ସେବକ ମାନେ ମା’ ଙ୍କର ଆଜ୍ଞାମାଳ ପାଇବା ପର ଘଣ୍ଟ, ଢୋଲ ଓ କାହାଳୀ ମଧ୍ଯରେ ପ୍ରାଚୀ ନଦୀ ର ଘଟତୋଳା ତୁଠ କୁ ଗମନ କରି ସେଠାରେ ପଞ୍ଚମୁଖୀ ଘଟରେ ପ୍ରାଚୀ ରୁ ପାଣି ତୋଳି ସାରି ମନ୍ଦିର କୁ ଫେରନ୍ତି। ଘଣ୍ଟ ପାଟୁଆ ସେବକ ମାନେ ନିଜକୁ ନାରୀ ବେଶରେ ସଜାଇ ହୋଇଥାନ୍ତି। ମନ୍ଦିର ଫେରିବା ପରେ ଘଣ୍ଟ ପାଟୁଆ ନୃତ୍ୟ କରିଥାନ୍ତି। ପାଟୁଆ ନୃତ୍ୟ ସମାପନ ହୁଏ।

ଏହାପରେ ମନ୍ଦିର ଗର୍ଭଗୃହ ଖାଲି କରାଯାଇ ଦ୍ବିପ୍ରହର ଧୂପ ଓ ଭଅଣ୍ଡ ଧୂପ କରାଯାଏ ଏବଂ ଦ୍ବିପ୍ରହର ପହୁଡ ପଡେ। ସଂନ୍ଧ୍ଯା ଆଳତି କରାଯାଇ ଉଲାଗି ଓ ମାର୍ଜନା କରାଯାଏ। ବେଶ ପରେ ଭାଗବତ ପାଠ, ରାତ୍ରି ଧୂପ, ଗୀତଗୋବିନ୍ଦ ପାଠ ଓ ବଡସିଂହାର ପରେ ଭ୍ରମଣୀ ନୀତି ଅନୁଷ୍ଠିତ ହୋଇଥାଏ।

ଏହାପରେ ମନ୍ଦିର କୁ ଫେରାଇ ନିଆଯାଇ ସିଂହାସନ ଉପରେ ‘ଭ୍ରମଣୀ ଭୋଗ’ ନାମରେ ଏକ ବାଲ୍ୟ ଭୋଗ ଅର୍ପଣ କରାଯାଇଥାଏ। ଏହାପରେ ମା’ ଙ୍କର ପହଡ ପଡିଥାଏ।

କାକଟପୁର ମା' ମଙ୍ଗଳା ଚୈତ୍ର ମାସ ଦ୍ବିତୀୟ ମଙ୍ଗଳବାର ନୀତିକାନ୍ତି ମା ମଙ୍ଗଳା
Share. Facebook Twitter LinkedIn Email WhatsApp Copy Link

Related Posts

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026
Latest News

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.