Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ
ଆଜିର ଖବର

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Khordha DM chairs coordination meeting for Lingaraj Rath Yatra
Khordha DM chairs coordination meeting for Lingaraj Rath Yatra

ଭୁବନେଶ୍ଵର: ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା ଓ ୩୦ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରା ଦିନ ଭୋର ୪ ଘଟିକାରୁ ସାଢେ ଚାରି ଘଟିକା ପର୍ଯ୍ୟନ୍ତ ମଙ୍ଗଳ ଆଳତୀ ଓ ଅବକାଶ, ପରେ ପରେ ୫ ଘଟିକା ପର୍ଯ୍ୟନ୍ତ ସାହଣମେଲା ଦର୍ଶନ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି। ସେହିଭଳି ମଧ୍ୟାହ୍ନ ୧୦.୧୫ ଘଟିକାରୁ ୧୦.୪୫ ଘଟିକା ପର୍ଯ୍ୟନ୍ତ ଯାତ୍ରା ପୂଜା ଶେଷ ପରେ ଶ୍ରୀ ଜିଉଙ୍କ ପହଣ୍ଡି, ରଥରେ ପୂଜା, ଘୋଡା ଯୋଚା ଓ ଚାରମାଳ ଖୋଲା ପରେ ଅପରାହ୍ନ ସାଢେ ୨ ଘଟିକା ସମୟରେ ରଥଟଣା ହେବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।

ଅନୁରୂପ ଭାବେ ବାହୁଡା଼ ଯାତ୍ରା ଦିନ ଅପରାହ୍ନ ସାଢେ ୨ ଘଟିକା ସମୟରେ ମଧ୍ୟ ରଥଟଣା ଆରମ୍ଭ ହେବ। ଉକ୍ତ ଅଶୋକାଷ୍ଟମୀ ରଥଯାତ୍ରା ନିମନ୍ତେ ବିଭାଗୀୟ ଅଧିକାରୀ ମାନେ ନିଜ ନିଜର ଦାୟିତ୍ୱ ସୁଚାରୁରୂପେ ନିର୍ବାହ କରିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି। ଅସ୍ଥାୟୀ ଭୋଗପିଣ୍ଡି, ସଫେଇ, ଆଲୋକୀକରଣ, ମନ୍ଦିରକୁ ଫୁଲରେ ସଜେଇବା, ପାନୀୟ ଜଳ ବୋତଲ ବ୍ୟବସ୍ଥା କରିବାକୁ ଭୁବନେଶ୍ୱର ମହାନଗର ନିଗମକୁ ଦାୟିତ୍ୱ ଦିଆଯାଇଛି।

ସେହିଭଳି ପାନୀୟ ଜଳ ଯୋଗାଣ, ରାସ୍ତା ଧୌତ, ରଥ ଆଗରେ ଓ ପଛରେ ପାଣି ଟ୍ୟାଙ୍କର ବ୍ୟବସ୍ଥା କରିବା ପାଇଁ ୱାଟକୋକୁ ନିର୍ଦ୍ଦେଶ ଦିଆଯାଇଛି। ଅଗ୍ନି ନିର୍ବାପନ, ନିରବଛିନ୍ନ ବିଦ୍ୟୁତ ଯୋଗାଣ, ରାସ୍ତା ମରାମତି, ଶାନ୍ତି ଶୃଙ୍ଖଳା ରକ୍ଷା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି। ଚଳିତ ବର୍ଷ ଶୃଙ୍ଖଳିତ ଭାବେ ଅଶୋକାଷ୍ଟମୀ ରଥଯାତ୍ରା ନିମନ୍ତେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଏକାମ୍ର ବିଧାୟକ ବାବୁ ସିଂ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଲିଙ୍ଗରାଜ ମନ୍ଦିର ଅତିରିକ୍ତ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ଭରିମାଲ୍ଲ, ବିଭାଗୀୟ ଅଧିକାରୀ ଓ ବିଭିନ୍ନ ନିଯୋଗର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

coordination meeting Khordha DM Lingaraj Rath Yatra ଅଶୋକାଷ୍ଟମୀ ଖୋର୍ଦ୍ଧା ଜିଲ୍ଲାପାଳ ମହାପ୍ରଭୁ ଲିଙ୍ଗରାଜ ରଥଯାତ୍ରା ସମନ୍ୱୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.