ଭୁବନେଶ୍ଵର: ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡାଃ ମୁକେଶ ମହାଲିଙ୍ଗ। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ବିଭିନ୍ନ ମେଡିକାଲ୍ କଲେଜ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନି ସୁରକ୍ଷା ସମ୍ବନ୍ଧୀୟ ବ୍ୟବସ୍ଥାର ସମୀକ୍ଷା କରାଯାଇଛି।
ବୈଠକରେ ଡାଃ ମହାଲିଙ୍ଗ ମୁଖ୍ୟତଃ ସରକାରୀ ହସ୍ପିଟାଲ ଗୁଡିକରେ ଅଗ୍ନି ନିରାପତ୍ତା ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ନିୟମିତ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆପାତକାଳୀନ ପରିସ୍ଥିତିରେ ତ୍ୱରିତ ପ୍ରତିକ୍ରିୟା ଓ ରୋଗୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥି ଏସ , ସ୍ୱତନ୍ତ୍ର ସଚିବ ଡ଼ା. ବିଜୟ ମହାପାତ୍ର ଓ ବରିଷ୍ଠ ଅଧିକାରୀଙ୍କ ସହ ସମସ୍ତ ଜିଲ୍ଲାର ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ, ମେଡିକାଲ କଲେଜ ମୁଖ୍ୟମାନେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିଲେ।


