Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ
ଆଜିର ଖବର

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ
ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

ଭୁବନେଶ୍ୱର: ଆଇନ ବୃତ୍ତିକୁ ଆପଣେଇବା ନିମନ୍ତେ ଇଚ୍ଛୁକ ଛାତ୍ରଛାତ୍ରୀମାନେ ମୂଳରୁ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ ବୋଲି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତ୍ତି ମୂରହରୀ ଶ୍ରୀ ରମଣ କହିଛନ୍ତି।

ଜଣେ ଆଇନଜୀବିଙ୍କୁ ନ୍ୟାୟ ପ୍ରଦାନ ବ୍ୟବସ୍ଥା ପ୍ରତି ବିଶ୍ୱସ୍ତ ରହିବା ସହ ନିର୍ଭୀକ ତଥା ସ୍ୱାଧୀନ ଚିନ୍ତାଧାରା ସମ୍ପନ୍ନ ବ୍ୟକ୍ତି ହେବା ଆବଶ୍ୟକ କାରଣ ଜନସାଧାରଣଙ୍କର ନ୍ୟାୟପାଳିକା ପ୍ରତି ଅତୁଟ ବିଶ୍ୱାସ ରହିଛି ବୋଲି ସେ କହିଥିଲେ। ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ବକ୍ତୃତାମାଳା କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କୁ ବକ୍ତବ୍ୟ ପ୍ରଦାନ କରିବା ଅବସରରେ ନ୍ୟାୟମୂର୍ତ୍ତି ରମଣ ଏହା କହିଥିଲେ।

ନ୍ୟାୟମୂର୍ତ୍ତି ରମଣ ଆଇନ ଓ କୃଷି ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ କହିଥିଲେ ଯେ, ଜଣେ ଆଇନଜୀବିଙ୍କୁ ସତ୍ୟନିଷ୍ଠା ହେବା ସହ ପ୍ରାସଙ୍ଗିକ ତଥ୍ୟ ପ୍ରତି ଅନୁରକ୍ତି ରଖିବା ଆବଶ୍ୟକ। ଆଇନ୍ ବୃତିରେ ପ୍ରବେଶ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କୁ ଆଇନ ବ୍ୟବସ୍ଥାକୁ ଗଭୀର ଭାବେ ଅଧ୍ୟୟନ କରିବା ଆବଶ୍ୟକ ଏବଂ ଏହା ଏକ ନିରନ୍ତର ପ୍ରଚେଷ୍ଟା ହେବା ଦରକାର। କାରଣ ଏହାର କୌଣସି ବିକଳ୍ପ ନାହିଁ। ଜଣେ ଆଇନ ଶିକ୍ଷାର ବିଦ୍ୟାର୍ଥୀ ସାରା ଜୀବନ ଆଇନକୁ ଅଧ୍ୟୟନ କରିବା ଆବଶ୍ୟକ ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ଆଦଲତ ସମ୍ମୁଖରେ ଆଇନଜୀବି ଭାବେ କୌଣସି ମକଦମା ପରିଚାଳନା କରିବା ବେଳେ ସେମାନଙ୍କର ଯୁକ୍ତି ପ୍ରାସଙ୍ଗିକ ଓ ସୁସ୍ପଷ୍ଟ ହେବା ଆବଶ୍ୟକ। ଏହି ଯୁକ୍ତିରେ ଆଇନର ସମସ୍ତ ନିୟମ ସମୂହ ରହିବା ଆବଶ୍ୟକ।

ବର୍ତ୍ତମାନ ଆଇନ ବୃତ୍ତିରେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ)କୁ ବ୍ୟବହାର କରାଯାଉଥିବା ଦର୍ଶାଇ ନ୍ୟାୟମୂର୍ତୀ ରମଣ କହିଥିଲେ ଯେ ଛାତ୍ରଛାତ୍ରୀମାନେ ଏହାକୁ ଏକ ସାହାଯ୍ୟକାରୀ ଭାବେ ବ୍ୟବହାର କରିପାରିବେ। ମାତ୍ର ଏହା ଉପରେ ନିର୍ଭର କରିବା ବିପଦ୍‌ଜନକ ହୋଇପାରେ। ଆଇନଜୀବିମାନେ ନିଜର ବୁଦ୍ଧିମତା ଉପରେ ଅଧିକ ନିର୍ଭର କରିବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର ଅନୁପ କୁମାର ସାମନ୍ତରାୟ ଅଧ୍ୟକ୍ଷତା କରିଥିବା ବେଳେ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଲ’ର ବରିଷ୍ଠ ପ୍ରଫେସର ମଧୁସୂଦନ ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ।
ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଆଇନ ବୃତ୍ତି ଓଡିଶା ହାଇକୋର୍ଟ ଜଷ୍ଟିସ୍ ରମଣ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026
Latest News

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.