Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି
ଆଜିର ଖବର

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Dharmendra
ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ସାମ୍ପ୍ରତିକ ବିଶ୍ୱ ପରିସ୍ଥିତି, ବିଶେଷ କରି ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଏବଂ ଭୂ-ରାଜନୈତିକ ଅସ୍ଥିରତା ମଧ୍ୟରେ ଭବିଷ୍ୟତରେ ଦେଶର ଉର୍ଜା ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିନ୍ତାପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭବିଷ୍ୟତରେ ଦେଶର ତୈଳ ଆବଶ୍ୟକତାକୁ ସୁରକ୍ଷିତ ରଖିବା ପାଇଁ ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଠାରେ ପ୍ରତିଷ୍ଠା ହେବାକୁ ଥିବା ୪ ମିଲିୟନ୍ ମେଟ୍ରିକ୍ ଟନ୍ (ଏମଏମଟି) କ୍ଷମତା ବିଶିଷ୍ଟ ‘ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ ରିଜର୍ଭ’ (ଏସପିଆର) ପ୍ରକଳ୍ପର ଶୀଘ୍ର ସମାପ୍ତି ତଥା ତ୍ୱରିତ କାର୍ଯ୍ୟକ୍ଷମ ପାଇଁ ପଦକ୍ଷେପ ନେବାକୁ ସେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୃଥକ ପୃଥକ ପତ୍ର ଲେଖି ଅନୁରୋଧ କରିଛନ୍ତି।

ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ଏ ବିଷୟରେ ପ୍ରତିକ୍ରିୟା ଦେବା ସହ ଉକ୍ତ ପତ୍ରରେ ଏହାର ଗୁରୁତ୍ୱ ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍ ୨୦୧୮ ଜୁନ୍ ୨୭ରେ ଚଣ୍ଡିଖୋଲ ଠାରେ ଏହି ପ୍ରକଳ୍ପ ପାଇଁ ଅନୁମୋଦନ ଦେଇଥିଲେ। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ମୁଁ ଚିଠି ଲେଖିଥିଲେ ହେଁ, ଏହି ପ୍ରକଳ୍ପରେ ବିଳମ୍ବ ପରିଲକ୍ଷିତ ହୋଇଥିଲା। ଏହାକୁ ତ୍ୱରାନ୍ୱିତ କରିବା ପାଇଁ ୨୦୨୫ ମସିହା ଏପ୍ରିଲ ୮ରେ ନୂଆଦିଲ୍ଲୀ ଠାରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂ ପୁରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମୋର ଉପସ୍ଥିତିରେ ଇପିକଲ୍, ଓଡ଼ିଶା ସରକାର ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ୍(ଆଇଏସପିଆରଏଲ) ମଧ୍ୟରେ ଏକ ଚୁକ୍ତି ସ୍ୱାକ୍ଷରିତ ହୋଇ କାର୍ଯ୍ୟ ଆଗକୁ ବଢ଼ିଛି।

ପ୍ରାୟ ୮,୭୪୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ବିଶ୍ୱର ସର୍ବବୃହତ ଭୂତଳ ଅଶୋଧିତ ତୈଳ ଭଣ୍ଡାର ହେବ। ଏହାଦ୍ୱାରା ୫,୦୦୦ରୁ ଅଧିକ ଲୋକଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ବର୍ତ୍ତମାନ ଭାରତ ପାଖରେ ୯.୫ ଦିନର ତୈଳ ସଂରକ୍ଷଣ କ୍ଷମତା ଅଛି। ଚଣ୍ଡିଖୋଲ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଏହା ଦେଶର ଅଶୋଧିତ ତୈଳ ଆବଶ୍ୟକତାରେ ଅତିରିକ୍ତ ୭.୧୨ ଦିନ ବୃଦ୍ଧି କରିବ। ଏହି ପ୍ରକଳ୍ପ ଓଡ଼ିଶାର ଜିଡ଼ିପିରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିବା ସହ ପରିବହନ, ଆତିଥ୍ୟ ଏବଂ ନିର୍ମାଣ ଶିଳ୍ପକୁ ତ୍ୱରାନ୍ୱିତ କରିବ। ବିଶ୍ୱ ବଜାରରେ ତୈଳ ଦର ଅସ୍ଥିରତା କିମ୍ବା ଯୋଗାଣ ବ୍ୟାହତ ସମୟରେ ଏହି ଭଣ୍ଡାର ଦେଶ ପାଇଁ ଏକ ‘ବଫର ଷ୍ଟକ୍’ ଭାବେ କାର୍ଯ୍ୟ କରିବ। ଏହା ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ଓ ଅର୍ଥନୈତିକ ଅଭିବୃଦ୍ଧିର ମୁଖ୍ୟ ସାରଥି ଭାବେ ଗଢ଼ିତୋଳିବା ସହ ପ୍ରଧାନମନ୍ତ୍ରୀଙ୍କ ‘ମିଶନ ପୂର୍ବୋଦୟ’ର ପରିକଳ୍ପନାକୁ ସାକାର କରିବ। ଏହି ପ୍ରକଳ୍ପ ଦେଶର ଇର୍ଜା ସୁରକ୍ଷା ସହ ଦେଶର ଅର୍ଥନୀତିକୁ ଗତି ଦେବ ଏବଂ ଜରୁରୀକାଳୀନ ପରିସ୍ଥିତିରେ ବିଶେଷ ସହାୟକ ହେବ।

ଓଡିଶାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଚଣ୍ଡିଖୋଲ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.