Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

March 27, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

ମହୀଶୂର: ଆମ ଶିକ୍ଷା ବ୍ୟବସ୍ଥା ଅଧିକ ସ୍ୱଦେଶୀ ଅଭିମୁଖୀ ହେବା ଆବଶ୍ୟକ। ଶିକ୍ଷାର ପ୍ରକୃତ ଉଦ୍ଦେଶ୍ୟ ହେଉଛି ଜଣେ ସାମଗ୍ରିକ ମାନବର ନିର୍ମାଣ କରିବା, ଯିଏ ନିଜର ସାଂସ୍କୃତିକ ମୂଲ୍ୟବୋଧ ସହ ଯୋଡ଼ି ହୋଇ ରହିବ ଏବଂ ରାଷ୍ଟ୍ର ପ୍ରତି ନିଜର ଉତ୍ତରଦାୟିତ୍ୱ ନିର୍ବାହ କରିବ ବୋଲି ଆଜି କର୍ଣ୍ଣାଟକର ମହୀଶୂର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହି ଗସ୍ତକାଳରେ ମନ୍ତ୍ରୀ ଶ୍ରୀ ପ୍ରଧାନ କର୍ଣ୍ଣାଟକ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ପରିସରରେ ‘ପ୍ରଜ୍ଞା ପ୍ରବାହ’ ଏବଂ ‘ଏସପିଏମଆର ଫାଉଣ୍ଡେସନ’ ଦ୍ୱାରା ଆୟୋଜିତ ‘ଏକାତ୍ମ ମାନବ ଦର୍ଶନ’ ଶୀର୍ଷକ ଆନ୍ତର୍ଜାତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ ଭାରତୀୟ ଜ୍ଞାନ ପରମ୍ପରା ଏବଂ ଶ୍ରଦ୍ଧେୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ବିଚାରଧାରା ଉପରେ ଆଲୋକପାତ କରିଥିଲେ। ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ‘ଏକାତ୍ମ ମାନବବାଦ’ କେବଳ ଏକ ବିଚାର ନୁହେଁ, ବରଂ ଏହା ଆମ ରାଷ୍ଟ୍ର ଜୀବନର ଏକ ସ୍ଥାୟୀ ଦର୍ଶନ। ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ ଶିକ୍ଷା ନୀତିର ପ୍ରଭାବଶାଳୀ ରୂପାୟନ ମାଧ୍ୟମରେ ଭାରତର ଉଚ୍ଚଶିକ୍ଷା କ୍ଷେତ୍ରକୁ ବିଶ୍ୱସ୍ତରୀୟ କରିବା ସହ ବିଦେଶରେ ଭାରତୀୟ କ୍ୟାମ୍ପସ ପ୍ରତିଷ୍ଠା ଉପରେ ସେ ଗୁରୁତ୍ୱ ଦେଇଥିଲେ।

କେନ୍ଦ୍ରୀୟ ଭାରତୀୟ ଭାଷା ସଂସ୍ଥାନ (ସିଆଇଆଇଏଲ) ପରିଦର୍ଶନ କରି ସେଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ୨୨ଟି ଅନୁସୂଚିତ ଭାଷା ବ୍ୟତୀତ ଭାରତର ସମସ୍ତ ଆଞ୍ଚଳିକ ଭାଷା ଓ ଜ୍ଞାନ କୌଶଳକୁ ଶିକ୍ଷା ବ୍ୟବସ୍ଥାରେ ସାମିଲ କରିବା ପାଇଁ ସେ ଗୁରୁତ୍ୱାରୋପ କରିଥିଲେ। ସେହିପରି ସିଆଇଆଇଏଲର ପ୍ରତିନିଧି ଦଳଙ୍କ ସହ ଆଲୋଚନା ସମୟରେ ମନ୍ତ୍ରୀ ଶ୍ରୀ ପ୍ରଧାନ ଭାଷାଭିତ୍ତିକ ଢାଞ୍ଚା ଓ ଜ୍ଞାନ ପ୍ରଣାଳୀର ‘ଡିକୋଲୋନାଇଜେସନ୍’ ବା ଗୋଲାମି ମାନସିକତାରୁ ମୁକ୍ତ କରିବା ଉପରେ ଜୋର ଦେଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ (ଏନବିଟି) ଭଳି ସଂସ୍ଥା ମାଧ୍ୟମରେ ସ୍ଥାନୀୟ ଭାଷାରେ ବିଷୟବସ୍ତୁ ପ୍ରସାର କରିବାକୁ ସେ ପରାମର୍ଶ ଦେଇଛନ୍ତି।

ଶିକ୍ଷା ମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଜଗଦଗୁରୁ ଶ୍ରୀ ଶିବରାତ୍ରୀ ଦେଶିକେନ୍ଦ୍ର ମହାସ୍ୱାମୀଜୀଙ୍କୁ ସାକ୍ଷାତ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ଗ୍ରାମୀଣ ବିକାଶ ଏବଂ ମୂଲ୍ୟବୋଧଭିତ୍ତିକ ଶିକ୍ଷା ପ୍ରସାର କ୍ଷେତ୍ରରେ ମହାସ୍ୱାମୀଜୀଙ୍କ ଅବଦାନକୁ ସେ ରାଷ୍ଟ୍ର ନିର୍ମାଣର ଏକ ପ୍ରେରଣାଦାୟୀ ଦିଗ ବୋଲି ବର୍ଣ୍ଣନା କରିଛନ୍ତି।

‘ଏକାତ୍ମ ମାନବ ଦର୍ଶନ’ ଆନ୍ତର୍ଜାତୀୟ ସମ୍ମିଳନୀ କର୍ଣ୍ଣାଟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହୀଶୂର
Share. Facebook Twitter LinkedIn Email WhatsApp Copy Link

Related Posts

ପଟ୍ଟାମୁଣ୍ଡାଇ ନାବାଳିକା ଗଣଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୫ବର୍ଷ ସଶ୍ରମ କାରାଦଣ୍ଡ

November 10, 2026

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026

ଜଗତପୁରରେ ଅବକାରୀ ଚଢ଼ାଉ: ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

November 10, 2026
Latest News

ପଟ୍ଟାମୁଣ୍ଡାଇ ନାବାଳିକା ଗଣଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୫ବର୍ଷ ସଶ୍ରମ କାରାଦଣ୍ଡ

November 10, 2026

ବଙ୍ଗୋପସାଗର ପୁଣି ଅଶାନ୍ତ, ୧୩ରେ ଆଉ ଏକ ଲଘୁଚାପ!

November 10, 2026

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026

ବୈଦ ମାଧଵଚନ୍ଦ୍ର ନନ୍ଦଙ୍କ ୩୮ ତମ ଶ୍ରାଦ୍ଧବାର୍ଷିକୀ: କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ଓ ପୁରସ୍କାର ବିତରଣ

November 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.