Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା
ଆଜିର ଖବର

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା
ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

ରଣପୁର: ୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟ ସ୍ୱ-ଗଣନା (Self Enumeration) ଏପ୍ରିଲ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିଥିବାବେଳେ ରଣପୁର ବ୍ଲକରେ ଏହାକୁ ନେଇ ସଚେତନତା କାର୍ଯ୍ୟକ୍ରମ ଜୋରଦାର ହୋଇଛି।

ଏହି ପରିପ୍ରେକ୍ଷିତରେ ରଣପୁର ତହସିଲଦାର ଡ଼. ଆର୍ଯ୍ୟ କୁମାର ସର୍ବଦାମନ ବ୍ଲକର ବିଭିନ୍ନ ପ୍ରମୁଖ ବ୍ୟକ୍ତିଙ୍କ ଘରକୁ ଯାଇ ସେମାନଙ୍କୁ ସ୍ୱ-ଜନଗଣନା ବିଷୟରେ ସଚେତନ କରିବା ସହିତ ଅନଲାଇନ ପୋର୍ଟାଲରେ ନିଜ ତଥ୍ୟ ପଞ୍ଜିକରଣ କରିବାରେ ସହାୟତା କରିଥିଲେ।

ପ୍ରଥମ ଦିନରେ ସେ ରଣପୁରର ଲତାର ଗ୍ରାମକୁ ଯାଇ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କୁ ସ୍ୱ-ଗଣନାରେ ସହଯୋଗ କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ରଣପୁର ବ୍ଲକ ଚେୟାରମ୍ୟାନ ନିର୍ମଳା ବେହେରାଙ୍କ କନ୍ଧନୟାଗଡ଼ ସ୍ଥିତ ବାସଭବନକୁ ଯାଇ ସେଠାରେ ମଧ୍ୟ ସ୍ୱ-ଗଣନା ପଞ୍ଜିକରଣ କାର୍ଯ୍ୟ ସମ୍ପନ୍ନ କରାଯାଇଥିଲା।

ସେହିପରି ଶିଳ୍ପପତି ସର୍ବେଶ୍ୱର ସାହୁଙ୍କ ରାଜସୁନାଖଳା ସ୍ଥିତ ବାସଭବନକୁ ଯାଇ ତାଙ୍କୁ ମଧ୍ୟ ଏହି ଅଭିଯାନ ବିଷୟରେ ଅବଗତ କରାଯାଇ ସ୍ୱ-ଗଣନାରେ ପଞ୍ଜିକରଣ କରାଯାଇଥିଲା। ଏହାସହ ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରାଙ୍କର ମଧ୍ୟ ସଫଳତାର ସହିତ ସ୍ୱ-ଗଣନା ପଞ୍ଜିକରଣ ହୋଇଥିଲା।

ଏହି ସଚେତନତା ଓ ପଞ୍ଜିକରଣ କାର୍ଯ୍ୟରେ ପ୍ରଶିକ୍ଷକ ଶକ୍ତି ପ୍ରସାଦ ଆଚାର୍ଯ୍ୟ, ନୀଳଚକ୍ର ଜ୍ୟୋତି ରଂଜନ ଓ ସୁଶୀଲ କୁମାର ରଣା ପ୍ରମୁଖ ଉପସ୍ଥିତ ରହି ବୈଷୟିକ ସହଯୋଗ ପ୍ରଦାନ କରିଥିଲେ।

ସ୍ୱ-ଜନଗଣନା ମାଧ୍ୟମରେ ନାଗରିକମାନେ ନିଜ ତଥ୍ୟ ନିଜେ ଅନଲାଇନରେ ପଞ୍ଜିକରଣ କରିପାରୁଥିବାରୁ ଏହାକୁ ନେଇ ଲୋକମାନଙ୍କ ମଧ୍ୟରେ ଆଗ୍ରହ ବୃଦ୍ଧି ପାଇଥିବା ଦେଖାଯାଉଛି। ସରକାରୀ ପକ୍ଷରୁ ସମସ୍ତଙ୍କୁ ଏହି ପ୍ରକ୍ରିୟାରେ ସ୍ୱୟଂ ଅଂଶଗ୍ରହଣ କରିବାକୁ ଆହ୍ୱାନ ଜଣାଯାଇଛି।

ରଣପୁର ସ୍ୱ-ଜନଗଣନା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.