Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି
ଆଜିର ଖବର

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି
୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୭୮ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ପଦକ ପ୍ରଦାନ କରିଥିଲେ। କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଡିଜିପି ଏହି ପଦକ ପ୍ରଦାନ କରିଛନ୍ତି।

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା) ଏସ. ସାଇନି , ଆଇଜିପି (ଅପରେସନ) ଡଃ ଦୀପକ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡଙ୍ଗୀ, ଡିଆଇଜିପି (ସ୍ଵତନ୍ତ୍ର ଗୁଇନ୍ଦା ଶାଖା) ଅଖିଲେଶ୍ଵର ସିଂ, ଡିସିପି (ଭୁବନେଶ୍ଵର) ଜଗମୋହନ ମୀନା, ଡିସିପି (କଟକ) ଖିଲାରୀ ଋଷିକେଶ ଦ୍ୟାନଦେଓ, ଏସପି (ସ୍ପେଶାଲ ବ୍ରାଞ୍ଚ) ସୁନିଲ କୁମାର ନନ୍ଦ, ଏସପି (ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ, ବୈରୀ) ଅଶୋକ କୁମାର ଦେହୁରୀଙ୍କ ସମେତ ଏସଓଜିର ୨୯ ଜଣ, ସ୍ପେଶାଲ ବ୍ରାଞ୍ଚର ୭ ଜଣ, ଏସଆଇଡବ୍ଲୁ ର ୧୦ ଜଣଙ୍କ ସମେତ ଅନ୍ୟାନ୍ୟ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଡିଜିପି ପଦକ ପ୍ରଦାନ କରିଥିଲେ।

ଏଥିସହିତ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ (MHA) ଦ୍ୱାରା ରାଜ୍ୟର ସର୍ବଶ୍ରେଷ୍ଠ ପୋଲିସ ଥାନା ଭାବେ ପୁରସ୍କୃତ ହୋଇଥିବା ଗଞ୍ଜାମ ଜିଲ୍ଲାର ବଡଗଡ ଥାନାର ଇନ୍ସପେକ୍ଟର ବିମଳ କୁମାର କଅଁରଙ୍କୁ ଡିଜିପି ପଦକ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ବହୁ ବରିଷ୍ଠ ପୋଲିସ ଅଧିକାରୀ, ପୋଲିସ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ।

ପୋଲିସ ଭବନ ଭୁବନେଶ୍ୱର ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026
Latest News

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.