Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ
ଆଜିର ଖବର

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ
ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ସାମୂହିକ ଭାବେ ଗାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଦଶମ ଶ୍ରେଣୀର ଛାତ୍ରୀ ଡି.ଏସ୍‌. ଅଦିତି ‘ଓଡ଼ିଆ ଅସ୍ମିତା’ ଉପରେ ନିଜର ବକ୍ତବ୍ୟ ରଖିଥିବା ବେଳେ ନବମ ଶ୍ରେଣୀର ଛାତ୍ରୀ ଶ୍ରେୟା ବୈଷ୍ଣବୀ ଉତ୍କଳ ଦିବସର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ନବମ ଶ୍ରେଣୀର ଛାତ୍ର ସାଇ ସୁବିଦିତ୍‌ ସାହୁ ସ୍ୱରଚିତ କବିତା ‘ମୋ ଆଶା ଓ ଓଡ଼ିଶା’କୁ ଉପସ୍ଥାପନ କରିଥିଲେ। ତୃତୀୟରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ନୃତ୍ୟଗୁରୁ ଜଗତଜିତ୍‌ ଦାସଙ୍କ ନିର୍ଦ୍ଦେଶିତ ଅର୍ଦ୍ଧ ଶାସ୍ତ୍ରୀୟ ନୃତ୍ୟ ‘ଆମେ ଉତ୍କଳ ସନ୍ତାନ , ବୀର ମାଟିର ସନ୍ତାନ….’ କୁ ସୁନ୍ଦର ଭାବରେ ପରିବେଷଣ କରିଥିଲେ।

ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଉପସ୍ଥିତ ବିଦ୍ୟାର୍ଥୀ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉତ୍କଳ ପ୍ରଦେଶକୁ ସଂଗଠିତ କରିଥିବା ମହାନାୟକଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ଉତ୍କଳମାଟିକୁ ସୁରକ୍ଷା ଦେବା ନିମନ୍ତେ ସର୍ବଦା ଜାଗ୍ରତ ରହିବା ତଥା ମାତୃଭୂମିପ୍ରତି ନିଜର କର୍ତ୍ତବ୍ୟକୁ ସୁଚାରୁରୂପେ ସମ୍ପାଦନ କରିବାକୁ ଆହ୍ୱାନ ଦେଇଥିଲେ। ଓଡ଼ିଆ ଭାଷା ସାହିତ୍ୟ ବିଭାଗର ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଓଡ଼ିଆ ଭାଷା ସାହିତ୍ୟ ବିଭାଗର ବିଭାଗୀୟ ମୁଖ୍ୟ ଶୁଭ୍ରାଂଶୁ ମୋହନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ କ୍ଷଣପ୍ରଭା ନନ୍ଦ , ସୁଜାତା ମହାନ୍ତି , ରଶ୍ମିରଂଜନ ଦାସ, ସନ୍ତୋଷ କୁମାର କର ଆଦି ସକ୍ରିୟ ଅଂଶଗ୍ରହଣ କରିଥିଲେ। ଏହି ଭବ୍ୟ କାର୍ଯ୍ୟକ୍ରମକୁ ବିଦ୍ୟାର୍ଥୀ ତଥା ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ମନଭରି ଉପଭୋଗ କରିଥିଲେ। ପରିଶେଷରେ ଓଡ଼ିଆ ବିଭାଗର କେଶବ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

ଉତ୍କଳ ଦିବସ ଡିଏଭି ପୋଖରୀପୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026
Latest News

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.