Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି
ଆଜିର ଖବର

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍କୁଲ
ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

ଭୁବନେଶ୍ୱର: ସାରା ରାଜ୍ୟରେ ମାର୍ଚ୍ଚ ମାସ ଆରମ୍ଭରୁ ଗୁଳୁଗୁଳି ସାଙ୍ଗକୁ ଖରାତାତି ଓ ତାପମାତ୍ରା ବୃଦ୍ଧି ହୋଇ ଚାଲିଥିବା ବେଳେ ବର୍ତ୍ତମାନ ଏପ୍ରିଲ ମାସରେ ପ୍ରଚଣ୍ଡ ରୌଦ୍ରତାପ ଅନୁଭୂତ ହେଉଥିବାରୁ ସ୍କୁଲକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତିରେ କହିଛନ୍ତି।

ସୂଚନା ଥାଉକି, ରାଜ୍ୟ ସରକାର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗତ ମାର୍ଚ୍ଚ ୯ ତାରିଖରୁ ମାର୍ଚ୍ଚ ୧୪ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କର ବାର୍ଷିକ ପରୀକ୍ଷା ଚାଲୁଥିବାରୁ ବିଦ୍ୟାଳୟଗୁଡ଼ିକୁ ସକାଳୁଆ କରିଥିଲେ । ବର୍ତ୍ତମାନ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି ଓ ଅସହ୍ୟ ତାତି ଅନୁଭୂତ ହେଉଛି। ବିଶେଷ କରି ରାଜ୍ୟର ପଶ୍ଚିମାଞ୍ଚଳରେ ତାପମାତ୍ରା ଖୀପ୍ର ଗତିରେ ବଢ଼ୁଛି। ଓଡ଼ିଶାର କେତେକ ସ୍କୁଲ ଘର ଟିଣ କିମ୍ବା ଆଜବେଷ୍ଟସ୍ ଏବଂ ଯେଉଁଠି ଛାତ ଘର ରହିଛି ସେମାନଙ୍କ ମଧ୍ୟରୁ ଅଧିକାଂଶ ଏକ ମହଲା ବିଶିଷ୍ଟ। ବିଦ୍ୟାଳୟର ସମସ୍ତ ଶ୍ରେଣୀଗୃହରେ ବିଦ୍ୟୁତ୍ ସଂଯୋଗ ସହ ପଙ୍ଖାର ସୁବିଧା ନାହିଁ। ଯେଉଁଠି ପଙ୍ଖାର ସୁବିଧା ଅଛି ସେସବୁ ଚାଲୁନାହିଁ କିମ୍ବା ଅଧା ଅଚଳ ଅବସ୍ଥାରେ ପଡ଼ି ରହିଛି।

ବର୍ତ୍ତମାନ ଦିନ ୧୧ଟାରୁ ୩ଟା ମଧ୍ୟରେ ଘରୁ ବାହାରକୁ ବାହାରିବା ଅତ୍ୟନ୍ତ କଷ୍ଟସାଧ୍ୟ ହୋଇ ପଡ଼ୁଛି। ଯେଉଁ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ପୋଷ୍ଟ ଅଫିସ୍ ଆଦି ଦିନବେଳେ ଚାଲୁଛି ସେଠାରେ କୁଲର, ଏସି, ଥଣ୍ଡା ପିଇବା ପାଣି ଆଦି ସୁବିଧା ଉପଲବ୍ଧ ଅଛି। କିନ୍ତୁ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡ଼ିକରେ ଏଭଳି ସୁବିଧା ନଥିବା ସତ୍ତ୍ୱେ ବିଦ୍ୟାଳୟରେ ଶିକ୍ଷାଦାନ ନେଇ ଅଭିଭାବକ, ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ କାଳବୈଶାଖି ପ୍ରଭାବରେ କାଁ ଭାଁ ଯେଉଁ ବର୍ଷା ହେଉଛି ତାହା ତାପମାତ୍ରାକୁ ହ୍ରାସ କରିବା ପରିବର୍ତ୍ତେ ଆର୍ଦ୍ରତାକୁ ବଢ଼ାଉଛି। ଏପରିସ୍ଥଳେ ଅଂଶୁଘାତର ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଅଛି, ଯାହାକି ପିଲାମାନଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି କରିବ। ଏଠାରେ କହିରଖୁ କି, ବିଗତ ବର୍ଷ ମାନଙ୍କରେ ଗ୍ରୀଷ୍ମପ୍ରବାହକୁ ଲକ୍ଷ୍ୟକରି ଏପ୍ରିଲ ୧ ତାରିଖ କିମ୍ବା ଏହା ପୂର୍ବରୁ ମଧ୍ୟ ବିଦ୍ୟାଳୟଗୁଡ଼ିକ ସକାଳୁଆ ହୋଇଥାଏ।

ଏଣୁ ଏହି ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ଖରାଛୁଟି ହେବା ପର୍ଯ୍ୟନ୍ତ ସ୍କୁଲ ସମୟକୁ ସକାଳ ୬ଟାରୁ ୧୦ଟା ୩୦ ମିନିଟ୍ ପର୍ଯ୍ୟନ୍ତ କରାଯିବା ପାଇଁ ଓଷ୍ଟା ପକ୍ଷରୁ ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜ କିଶୋର ବିଶ୍ୱାଳ ଓ କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସମ୍ପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ସରକାରଙ୍କୁ ନିବେଦନ କରିଛନ୍ତି।

'ସକାଳୁଆ ସ୍କୁଲ ଓଷ୍ଟାର ଦାବି ଗ୍ରୀଷ୍ମ ପ୍ରବାହ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026
Latest News

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.