Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି
ଆଜିର ଖବର

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

August 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ପୁଣ୍ୟତିଥି। ନୂଆ ଦିଲ୍ଲୀ ସ୍ଥିତ ତାଙ୍କ ସ୍ମୃତିସ୍ଥଳ ‘ସଦେବ ଅଟଳ’ ଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଜେପିର ଅନେକ ବରିଷ୍ଠ ତଥା ତୁଙ୍ଗ ନେତୃବୁନ୍ଦ ବାଜେପେୟୀଙ୍କୁ ଶ୍ରଦ୍ଧାଞ୍ଜଳି  ଜ୍ଞାପନ କରିଛନ୍ତି। ସେହିପରି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଟୁଇଟରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥିରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ସା ୫ଟା ୫ରେ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗ ହୋଇଥିଲା। ତାଙ୍କ ଅସ୍ଥି ଭାରତର ୧୦୦ଟି ନଦୀରେ ବିସର୍ଜନ କରାଯାଇଥିଲା।  ଅଟଳ ବିହାରୀ ବାଜପେୟୀ ୯ଥର ଲୋକସଭା ସାଂସଦ ହୋଇଥିବା ବେଳେ ୨ଥର ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ସେହିପରି ୩ଥର ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଥିଲେ ବାଜପେୟୀ । ୧୯୯୬ରେ ସେ ୧୩ଦିନ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ । ଏହାପରେ ୧୯୯୮ରେ ୧୧ମାସ ଧରି କ୍ଷମତାରେ ଥିବାବେଳେ ୧୯୯୮ରୁ ୨୦୦୪ରେ ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇଥିଲେ। ୨୦୧୫ ମସିହାରେ ଭାରତ ରତ୍ନ ଉପାଧିରେ ସମ୍ମାନିତ ହୋଇଥିଲେ ବାଜପେୟୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Latest News

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.