Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି
ଆଜିର ଖବର

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

August 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ପୁଣ୍ୟତିଥି। ନୂଆ ଦିଲ୍ଲୀ ସ୍ଥିତ ତାଙ୍କ ସ୍ମୃତିସ୍ଥଳ ‘ସଦେବ ଅଟଳ’ ଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଜେପିର ଅନେକ ବରିଷ୍ଠ ତଥା ତୁଙ୍ଗ ନେତୃବୁନ୍ଦ ବାଜେପେୟୀଙ୍କୁ ଶ୍ରଦ୍ଧାଞ୍ଜଳି  ଜ୍ଞାପନ କରିଛନ୍ତି। ସେହିପରି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଟୁଇଟରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥିରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ସା ୫ଟା ୫ରେ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗ ହୋଇଥିଲା। ତାଙ୍କ ଅସ୍ଥି ଭାରତର ୧୦୦ଟି ନଦୀରେ ବିସର୍ଜନ କରାଯାଇଥିଲା।  ଅଟଳ ବିହାରୀ ବାଜପେୟୀ ୯ଥର ଲୋକସଭା ସାଂସଦ ହୋଇଥିବା ବେଳେ ୨ଥର ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ସେହିପରି ୩ଥର ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଥିଲେ ବାଜପେୟୀ । ୧୯୯୬ରେ ସେ ୧୩ଦିନ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ । ଏହାପରେ ୧୯୯୮ରେ ୧୧ମାସ ଧରି କ୍ଷମତାରେ ଥିବାବେଳେ ୧୯୯୮ରୁ ୨୦୦୪ରେ ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇଥିଲେ। ୨୦୧୫ ମସିହାରେ ଭାରତ ରତ୍ନ ଉପାଧିରେ ସମ୍ମାନିତ ହୋଇଥିଲେ ବାଜପେୟୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ

July 31, 2026

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026
Latest News

ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ

July 31, 2026

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ସଂସଦରେ ପାସ୍ ହେଲା ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍: ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ

July 31, 2026

ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.