Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ MSP ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ- ମୁଖ୍ୟମନ୍ତ୍ରୀ
ଆଜିର ଖବର

ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ MSP ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ- ମୁଖ୍ୟମନ୍ତ୍ରୀ

April 16, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ (Ministry of Earth Science) ମଧ୍ୟରେ ଆଜି ଲୋକସଭା ଭବନରେ ଏକ MoU ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ପୂଜା ମିଶ୍ର ଓ National Centre for Coastal Researchର ନିର୍ଦ୍ଦେଶକ ଡକ୍ଟର ଆର୍.ଏସ୍. କନ୍କରା ଏହି MoUରେ ସ୍ବାକ୍ଷର କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଏହି ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP କାର୍ଯ୍ୟକାରୀ ହେବାଦ୍ବାରା ରାଜ୍ୟର ନୀଳ ଅର୍ଥନୀତି (Blue-Economy) ର ଉନ୍ନତି ହେବା ସହିତ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ମଧ୍ୟ ହୋଇପାରିବ। ସ୍ଥାନୀୟ ଉପକୂଳ ଅର୍ଥନୀତିର ଉନ୍ନତି ସହିତ ସାମୁଦ୍ରିକ ଜୀବଜଗତ ସୁରକ୍ଷିତ ରହିବେ। ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ ଏହି MSP ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଭାରତ ସରକାର ଓ ନରୱେ ସରକାରଙ୍କ ମିଳିତ ସହଯୋଗରେ ୨୦୧୯ ମସିହା ଠାରୁ ଦେଶରେ Sustainable Ocean Planning ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଏହା ପୁଡୁଚେରୀ ଓ ଲାକ୍ଷାଦ୍ବୀପରେ କାର୍ଯ୍ୟକାରୀ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏହା କାର୍ଯ୍ୟକାରୀ କରୁଛି। ଓଡିଶାର ଉପକୂଳ ଅର୍ଥନୀତି ଏବଂ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ଏହି ଯୋଜନାକୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ଉପକୂଳ ଓ ସାମୁଦ୍ରିକ ଅଞ୍ଚଳ ଜୈବବିବିଧତାରେ ପରିପୂର୍ଣ୍ଣ ଏବଂ ଉପକୂଳ ଅଞ୍ଚଳ ପାଇଁ ପ୍ରଚୁର ପ୍ରାକୃତିକ ସମ୍ବଳ ଯୋଗାଇଥାଏ। ସ୍ଥାନୀୟ ଜୀବିକା, ଅର୍ଥନୈତିକ ଅଭିବୃଦ୍ଧି ଓ ସନ୍ତୁଳିତ ପର୍ଯ୍ୟାବରଣ ପାଇଁ ଏହି ସମ୍ବଳ ଗୁଡିକ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେବେ ବିକାଶ କାର୍ଯ୍ୟକ୍ରମ, ପରିବେଶ ଉପରେ ଏହାର ପ୍ରଭାବ ଏବଂ ବିଭିନ୍ନ କ୍ଷେତ୍ରର କ୍ରମାଗତ ଚାହିଦା ବୃଦ୍ଧି ଯୋଗୁ ସାମୁଦ୍ରିକ ଅଞ୍ଚଳ ଗୁଡିକୁ ବୈଜ୍ଞାନିକ ପଦ୍ଧତିରେ ପରିଚାଳନା କରିବାର ଆବଶ୍ୟକତା ସୃଷ୍ଟି ହୋଇଛି। ଏହି ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP ଏ କ୍ଷେତ୍ରରେ ଏକ ସମୟ ଉପଯୋଗୀ ପଦକ୍ଷେପ। ଏହା ଆମର ମତ୍ସ୍ୟଚାଷ, ପର୍ଯ୍ୟଟନ, ବନ୍ଦର, ସାମୁଦ୍ରିକ ଶକ୍ତି ଆଦି ବିଭିନ୍ନ କ୍ଷେତ୍ରର ଆବଶ୍ୟକତା ପୂରଣ କରିବା ସହିତ ମେରାଇନ୍ ଇକୋସିଷ୍ଟମର ସୁରକ୍ଷାରେ ମଧ୍ୟ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତବର୍ଷ ଅଗଷ୍ଟ ମାସରେ ସାମୁଦ୍ରିକ ପର୍ଯ୍ୟାବରଣର ଓ ସ୍ଥାନୀୟ ଅର୍ଥନୀତିର ଉନ୍ନତି ପାଇଁ ବାୟୋଟେକ୍ନୋଲୋଜିର ବ୍ୟାପକ ପ୍ରୟୋଗ କରିବାକୁ OMBRIC (Odisha Marine Biotechnology Research and Innovation Corridor) ଆରମ୍ଭ କରାଯାଇଥିଲା। ଏହା ଆମର ବର୍ତ୍ତମାନର MSP କାର୍ଯ୍ୟକ୍ରମକୁ ସୁଦୃଢ କରିବ ବୋଲି ସେ କହିଥିଲେ। ସମୃଦ୍ଧ ଓଡିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ର ଲକ୍ଷ୍ୟକୁ ସବୁ ଦୃଷ୍ଟିରୁ ପୂରଣ କରିବା ପାଇଁ ଉପକୂଳ ଅର୍ଥନୀତି ଓ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ଏକ ଜରୁରୀ ଆବଶ୍ୟକତା। ତେଣୁ, ଏ କ୍ଷେତ୍ରରେ ନରୱେ ସରକାର ସହଯୋଗ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ପ୍ରତ୍ୟେକ କ୍ଷେତ୍ରରେ ଓଡିଶାକୁ ଦୃଢ ସମର୍ଥନ ଦେଇଆସିଛନ୍ତି। ଓଡିଶାର ବିକାଶ ପ୍ରତି ତାଙ୍କର ଫୋକସ ଯୋଗୁ Sustainable Ocean Planning ର ଦ୍ବିତୀୟ ପର୍ଯ୍ୟାୟରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏହାକୁ କାର୍ଯ୍ୟକାରୀ କରିବାର ସୁଯୋଗ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟକୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ନିଜର ମତାମତ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଯେ, କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟର ନେସନାଲ୍ ସେଣ୍ଟର ଫର୍ କୋଷ୍ଟାଲ ରିସର୍ଚ୍ଚ ବା NCCR ହେଉଛି ସାମୁଦ୍ରିକ ଗବେଷଣାରେ ଏକ ଅଗ୍ରଣୀ ଅନୁଷ୍ଠାନ। ସାମୁଦ୍ରିକ ଜୀବଜଗତର ସୁରକ୍ଷା, ପରିବେଶ ପରିବର୍ତ୍ତନର ପ୍ରଭାବ ଏବଂ ସାମୁଦ୍ରିକ ସମ୍ବଳର ଉନ୍ନତ ବ୍ୟବହାର ଦିଗରେ ଏହି ସଂସ୍ଥା ଗୁରୁତ୍ବପୂର୍ଣ୍ଣ ଅର୍ଥନୈତିକ ମଡେଲ୍ ପ୍ରସ୍ତୁତକରିଛି। ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ MSPର ସଫଳତା ପାଇଁ ସମସ୍ତ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ।

Blue Economy msp
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026
Latest News

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026

ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ MSP ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ- ମୁଖ୍ୟମନ୍ତ୍ରୀ

April 16, 2026

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.