ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତିଙ୍କ ସମେତ ସମସ୍ତ ସାଧାରଣ ସମ୍ପାଦକ, ଉପସଭାପତି ବୈଠକରେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଲାଗି ରଣନୀତି ପ୍ରସ୍ତୁତ ହେବ ବୋଲି ଜଣାପଡିଛି । ସାମ୍ପ୍ରତିକ ଓ ରାଜନୈତିକ ସ୍ଥିତି ପ୍ରସଙ୍ଗରେ ଆଲୋଚନା ଆଦି ହେବାର ସୂଚନା ରହିଛି ।


