Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ପାତ ସହର ରାଉରକେଲାରେ ମହାମହିମ
ଆଜିର ଖବର

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇସ୍ପାତ ସହର ରାଉରକେଲାରେ ମହାମହିମ
ଇସ୍ପାତ ସହର ରାଉରକେଲାରେ ମହାମହିମ

ଭୁବନେଶ୍ବର: ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି ଇସ୍ପାତ ସହର। ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏୟାର ପୋର୍ଟ ପାଖ ପଡ଼ିଆରେ କାର୍ଯ୍ୟକ୍ରମ ପାଇଁ ବ୍ୟବସ୍ଥା ହୋଇଛି। ସ୍ଵତନ୍ତ୍ର ବାୟୁସେନା ବିମାନରେ ରାଷ୍ଟ୍ରପତି ଝାରସୁଗୁଡାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଝାରସୁଗୁଡାରେ ପହଞ୍ଚି ରାଷ୍ଟ୍ରପତିଙ୍କୁ ସ୍ଵାଗତ କରିଥିଲେ। ଝାରସୁଗୁଡାରୁ ସ୍ଵତନ୍ତ୍ର ହେଲିକାପ୍ଟୋର ଯୋଗେ ରାଷ୍ଟ୍ରପତି ରାଉରକେଲା ଗସ୍ତ କରିଥିଲେ। 

ପ୍ରଥମଥର ପାଇଁ ଇସ୍ପାତ ସହର ରାଉରକେଲାକୁ ଆସିଛନ୍ତି ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ। ପ୍ରାୟ ୧୫୮ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର, ଆଦିବାସୀ ସଂଗ୍ରହାଳୟ, କୋଏଲ ନଗର ମନୋରଞ୍ଜନ ପାର୍କ, ବିଜ୍ଞାନ ପାର୍କ ଓ ପ୍ଲାନେଟାରିୟମ୍କୁ ଲୋକାର୍ପଣ କରିବେ। ଆଜି ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୧୫ ଶହ ଛାତ୍ରଛାତ୍ରୀ ଓଡ଼ିଶୀ ଓ ଆଦିବାସୀ ଲୋକନୃତ୍ୟ ପରିବେଷଣ କରିବେ।

ରାଉରକେଲା ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳା ସହ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ୪୫ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି ସାଙ୍ଗକୁ ପାର୍କିଂ ବ୍ୟବସ୍ଥା ସୂଚାର ରୂପେ ପରିଚାଳନା କରାଯାଉଛି।

#presidentvisit rourkela
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026
Latest News

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ଏସୀୟ କ୍ରୀଡ଼ା-୨୦୨୬: ସେପ୍ଟେମ୍ବର ୧୭ରୁ ଭାରତର ଅଭିଯାନ, ଜାଣନ୍ତୁ କାର୍ଯ୍ୟସୂଚୀ

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.