Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ – ଆଜି ବାଲୁଗାଁ ମହାବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ୫ଦିନିଆ ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ସନ୍ଧ୍ୟାରେ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ଯୋଗଦେଇ ନିଜ ଅଭିଭାଷଣ ପ୍ରଦାନ କରିଥିଲେ।

ଚିଲିକା ହ୍ରଦର ପବିତ୍ର ତଟଦେଶରେ ଆୟୋଜିତ ଏହି ପୁସ୍ତକ ମେଳା ପାଠକ, ଲେଖକ, ପ୍ରକାଶକ ଓ ସାହିତ୍ୟପ୍ରେମୀଙ୍କୁ ୫ଦିନ ଧରି ଏକ ମଞ୍ଚରେ ବାନ୍ଧି ରଖିଛି ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିବା ସହ ସାହିତ୍ୟ ସାଧନା ମାନବକୁ ଉଚ୍ଚ ମୂଲ୍ୟବୋଧ ଦେଇଥାଏ ଓ ସମାଜରେ ସାହିତ୍ୟର ମହତ୍ତ୍ୱକୁ ସ୍ଥାପନ କରିଥାଏ ବୋଲି ମତପ୍ରକାଶ କରିଛନ୍ତି।

ବାଣପୁର – ଚ଼ିଲିକା ମାଟିରେ ଅନେକ ସାରସ୍ଵତ ସାଧକ ଜନ୍ମନେଇ ଏହି ମାଟିକୁ ମହିମା ମଣ୍ଡିତ କରିଛନ୍ତି ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ଗଣ୍ଡ ମତବ୍ୟକ୍ତ କରିଛନ୍ତି।

ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା, ଖୋର୍ଦ୍ଧା ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତିଶଙ୍କର ସାହୁ, ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ବିଶିଷ୍ଟ ସାହିତ୍ୟିକ ତଥା ବିଶ୍ବମୁକ୍ତି ପତ୍ରିକାର ପ୍ରତିଷ୍ଠାତା ସମ୍ପାଦକ ପ୍ରଫେସର ଡ଼ଃ ଶଶାଙ୍କ ଶେଖର ଚୂଡ଼ାମଣି, ଓଡ଼ିଶା ସାହିତ୍ୟ ଏକାଡେମୀର ସଚ଼ିବ ଡ଼ଃ ଚ଼ନ୍ଦ୍ରଶେଖର ହୋତା, ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ସୋନାମିକା ରାୟ,ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ,ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ବେହେରା, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀ ମିଟୁ ନାୟକ,ଚ଼ିଲିକା ପୁସ୍ତକ ମେଳା କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ଶ୍ରୀ ଶରତ ପାଇକରାୟ, ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧି,ଚ଼ିଲିକା ପୁସ୍ତକ ମେଳାର ଉପସଭାପତି ତଥା ଯୁକ୍ତ ଦୁଇ ଅଧ୍ୟକ୍ଷ ଶ୍ରୀ ସୁବାସ ଚନ୍ଦ୍ର ଶ୍ରୀଚ଼ନ୍ଦନ, ଚ଼ିଲିକା ପୁସ୍ତକ ମେଳା‌ କମିଟିର ସାଧାରଣ ସମ୍ପାଦକ ଅଧ୍ୟାପକ ଡ଼ଃ କୈଳାସ ଚନ୍ଦ୍ର ମହାରଣାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଶିକ୍ଷୟିତ୍ରୀ ପ୍ରିୟଦର୍ଶିନୀ ମହାରଣାଙ୍କ କବିତା ସଙ୍କଳନ ସାତ ମେଘର ଗୀତ ,ଶୋଭନ କୁମାର ଦାଶଙ୍କ ରଚିତ ପୁସ୍ତକ ଜୀବନ ସଂଘର୍ଷ ଓ ସଫଳତା,ସୈମ୍ୟକାନ୍ତ ତ୍ରିପାଠୀଙ୍କ ମୁଖତାଳ ମଣିଷ,ପ୍ରଜ୍ଞାସ୍ମିତା ସାହୁଙ୍କ କବିତା ସଙ୍କଳନ ଭାବ ସମୁଦ୍ରକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଓ ମନ୍ତ୍ରୀ ଶ୍ରୀ ଗଣ୍ଡ ଓ ଅନ୍ୟ ଅତିଥି ବୃନ୍ଦ ଉନ୍ମୋଚନ କରିଛନ୍ତି।ଅଧ୍ୟାପକ ଡ଼ଃ ମୃତ୍ୟୁଞ୍ଜୟ ରଥ ମଞ୍ଚ ସଞ୍ଚାଳନ କରିଥିବା ସ୍ଥଳେ ଚ଼ିଲିକା ସାହିତ୍ୟ ସମାଜର ସଭାପତି ଶ୍ରୀ ବାଳମୁକୁନ୍ଦ ଦାସ,ସାମ୍ବାଦିକ ସନ୍ତୋଷ ବଳିୟାରସିଂହ‌, ଅଧ୍ୟାପକ ଡ଼ଃ ଅକ୍ଷୟ ମିଶ୍ର, ସମ୍ପଦ ପାଇକରାୟ, ଅଧ୍ୟାପକ ବିଦ୍ୟାଧର ଜୁଝାରସିଂହ ଓ ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦ ସହଯୋଗ କରିଥିଲେ।

chilikapustakmela
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.