ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସଦର ଥାନା ଅନ୍ତର୍ଗତ ଦିଗପହଣ୍ଡି ରାସ୍ତା ଲାଞ୍ଜିଆ ଗ୍ରାମ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଅଟୋ ମୋଟରସାଇକେଲକୁ ପଛପଟୁ ଧକ୍କା ଦେବା ଫଳରେ ଚାଳକ ବିଜୟ ରଣାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ବିଜୟ ଦକ୍ଷିଣପୁର ଗ୍ରାମରୁ ନିଜ ଗାଁ ବାଳକୃଷ୍ଣ ପୁର ଗଲାବେଳେ ଏହିଭଳି ଦୁର୍ଘଟଣା ଘଟିଛି।
ଖବର ପାଇ ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଅଟୋ ଓ ମୋଟରସାଇକେଲ ଜବତ କରିବା ସହ ଅଟୋ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ମୃତ ବିଜୟଙ୍କ ଶବ ଆଜି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।


