ପୁରୀ: ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା – ୨୦୨୬ର ପ୍ରଥମ ସମନ୍ଵୟ ବୈଠକ ଅନୁଷ୍ଠିତ ହେବ ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସେବାୟତ, ପରିଚାଳନା କମିଟି ସଦସ୍ୟ ଏବଂ ବୁଦ୍ଧିଜୀବୀ ଭାଗ ନେବେ। । ପୁରୀ ଟାଉନ୍ ହଲଠାରେ ଏହି ବୈଠକରେ ଆୟୋଜିତ ହେବ । । ଆସନ୍ତା ଜୁଲାଇ ୧୬ରେ ଅନୁଷ୍ଠିତ ହେବ ବିଶ୍ଵପ୍ରସିଦ୍ଧ ରଥଯାତ୍ରା । ବିଗତ ବର୍ଷ ଅପେକ୍ଷା ଦ୍ୱିଗୁଣା ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ। ଏହି ବୈଠକର ରଥଯାତ୍ରାର ସୁପରିଚାଳନା ନେଇ ଆଲୋଚନା କରାଯିବ।ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ ଠାରୁ ଆରମ୍ଭ କରି ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥ କପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ।


