Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା
ଆଜିର ଖବର

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା
ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

ରଣପୁର: ରଣପୁର ବ୍ଲକରେ ଆଜି ଦୁଇ ଜଣ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଅକାଳ ବିୟୋଗ ଘଟଣା ସମଗ୍ର ଶିକ୍ଷା ମହଲକୁ ଶୋକାକୁଳ କରିଦେଇଛି। ଆଜି ସକାଳେ ରଣପୁର ଗୋପାଳପୁର ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁଙ୍କ ଦେହାନ୍ତ ଘଟିଥିଲା। ତାଙ୍କୁ ରଣପୁର ମେଡିକାଲକୁ ନିଆଯାଇଥିବାବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଶବ ବ୍ୟବଚ୍ଛେଦ ପରେ ପାର୍ଥିବ ଶରୀର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପରେ ଗୋପାଳପୁର ବଜାରରେ ଏକ ଶୋକାକୁଳ ଶୋଭାଯାତ୍ରା କରାଯାଇ ଗୋପାଳପୁର ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ନିଆଯାଇଥିଲା। ଏହି ଶୋଭାଯାତ୍ରାରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟତ୍ରୀ, ଅଭିଭାବକ ଓ ସ୍ଥାନୀୟ ଲୋକମାନେ ଯୋଗଦେଇ ସ୍ବର୍ଗତ ଶିକ୍ଷକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ତାଙ୍କ ପାର୍ଥିବ ଶରୀରକୁ ଜନ୍ମଭୂମି ଦେଉଳିକୁ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।

ରଣପୁର ତହସିଲଦାର ଆର୍ଯ୍ୟ କୁମାର ସର୍ବଦମନ ମେଡିକାଲକୁ ଯାଇ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ। ଏହା ସହ ଆଇନଜୀବୀ ପ୍ରିୟବ୍ରତ ପ୍ରହରାଜ, ଯୁବ ସମାଜସେବୀ ଅଭିଷେକ ସାମନ୍ତରାୟ, ଲିଙ୍ଗରାଜ ନାୟକ ଓ ଶିକ୍ଷକ ସଂଗଠନର ବିଭିନ୍ନ ନେତୃବୃନ୍ଦ ଉପସ୍ଥିତ ଥିଲେ।

ଅନ୍ୟପକ୍ଷରେ, ଅପରାହ୍ନରେ ରଣପୁର ବ୍ଲକ ପଟିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଦମ୍ବଝୋଲା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଅନୁପମା ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଖବର ପ୍ରକାଶ ପାଇଛି।

ଏକ ଦିନରେ ଦୁଇ ଜଣ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ବିୟୋଗ ଘଟଣାରେ ରଣପୁର ବ୍ଲକର ଶିକ୍ଷକ ମହଳ ଓ ସାଧାରଣ ଲୋକଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି।

ରଣପୁର ଶିକ୍ଷା ମହଲରେ ଶୋକର ଛାୟା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.