Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ସମ୍ବାଦ ସାହିତ୍ୟ ଘରର ସ୍କୁଲ ଚାଲ ଅଭିଯାନ ପ୍ରସ୍ତୁତି ବୈଠକ
ଆଜିର ଖବର

ରଣପୁର ସମ୍ବାଦ ସାହିତ୍ୟ ଘରର ସ୍କୁଲ ଚାଲ ଅଭିଯାନ ପ୍ରସ୍ତୁତି ବୈଠକ

May 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁର ସମ୍ବାଦ ସାହିତ୍ୟ ଘରର ସ୍କୁଲ ଚାଲ ଅଭିଯାନ ପ୍ରସ୍ତୁତି ବୈଠକ
ରଣପୁର ସମ୍ବାଦ ସାହିତ୍ୟ ଘରର ସ୍କୁଲ ଚାଲ ଅଭିଯାନ ପ୍ରସ୍ତୁତି ବୈଠକ

ରଣପୁର: ରଣପୁର ସମ୍ବାଦ ସାହିତ୍ୟ ଘର ପକ୍ଷରୁ “ସ୍କୁଲ ଚାଲ ଅଭିଯାନ” କାର୍ଯ୍ୟକ୍ରମକୁ ସଫଳ ଭାବେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅସ୍ଥାୟୀ ସଭାପତି ତଥା ଆଇନୀଜୀବୀ ସୁବାଷ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱରେ ସାହିତ୍ୟ ଘରର ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ବୈଠକରେ ସମ୍ପାଦକ ତଥା ଶିକ୍ଷାବିତ ଅଶୋକ କୁମାର ଦାଶ, କୋଷାଧକ୍ଷ ଶୁଭେନ୍ଦ୍ର କୁମାର ସିଂଦେଓ ଓ ଉପଦେଷ୍ଟା ସତ୍ୟ ରଞ୍ଜନ ମତ୍ତା ପ୍ରମୁଖ “ସ୍କୁଲ ଚାଲ ଅଭିଯାନ”ର ରୂପରେଖା, ଉଦ୍ଦେଶ୍ୟ ଓ ସଚେତନତା କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ଗ୍ରାମାଞ୍ଚଳରେ ଶିକ୍ଷାର ପ୍ରସାର ସହ ସ୍କୁଲଛାଡ଼ା ଶିଶୁଙ୍କୁ ପୁନର୍ବାର ବିଦ୍ୟାଳୟମୁଖୀ କରିବା ଓ ଅଭିଭାବକଙ୍କ ମଧ୍ୟରେ ଶିକ୍ଷା ସଚେତନତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। କୁନି କୁନି ଛାତ୍ରଛାତ୍ରୀଙ୍କୁ ମଧ୍ୟ ଆଗାମୀ ଦିନରେ ସମ୍ବାଦ ସାହିତ୍ୟ ଘରର ପରିବାରରେ ସାମିଲ କରିବା ପାଇଁ ନିଷ୍ପତି ନିଆଯାଇଥିଲା। ସମ୍ବାଦ ପ୍ରତିନିଧି ବିଶ୍ୱରଂଜନ ଆଚାର୍ଯ୍ୟ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଶିଷ୍ଟ ଶିକ୍ଷାବିତ ବିରୁପାକ୍ଷ ମହାପାତ୍ର, ଚିତ୍ତରଞ୍ଜନ ଦାଶ, ବିଦେଶିନୀ ପତି, ଶିକ୍ଷକ ଅଜୟ କୁମାର ସାହୁ, ସୁଶୀଲ କୁମାର ରଣା, ବିଭୂତି ଜେନା ଓ ଆଇନୀଜୀବୀ ଉମେଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ସମସ୍ତଙ୍କ ମିଳିତ ପ୍ରୟାସରେ “ସ୍କୁଲ ଚାଲ ଅଭିଯାନ”କୁ ସଫଳ କରି ଅଞ୍ଚଳରେ ଶିକ୍ଷାର ମାନ ଉନ୍ନତ କରିବାକୁ ବକ୍ତାମାନେ ଆହ୍ୱାନ ଦେଇଥିଲେ।

ପ୍ରସ୍ତୁତି ବୈଠକ ରଣପୁର ସମ୍ବାଦ ସାହିତ୍ୟ ଘର ସ୍କୁଲ ଚାଲ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଗୁନିଆରେ ପଞ୍ଚମ ସାଂସଦ ଚିକିତ୍ସା ଶିବିର ଅନୁଷ୍ଠିତ

May 18, 2026

ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

May 18, 2026

ପ୍ରଧାନମନ୍ତ୍ରୀଙ୍କ ଆଫସ୍ଲୁଇଟଡିଜକ୍ ଡ୍ୟାମ୍ ପରିଦର୍ଶନ

May 18, 2026

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ କେରଳ କ୍ୟାବିନେଟ ଘୋଷଣା

May 17, 2026
Latest News

ରଣପୁର ସମ୍ବାଦ ସାହିତ୍ୟ ଘରର ସ୍କୁଲ ଚାଲ ଅଭିଯାନ ପ୍ରସ୍ତୁତି ବୈଠକ

May 18, 2026

ଆଜି ମେ ୧୮ ତାରିଖ ସୋମବାରରେ ଏହି ଆଠଟି ରାଶି ପ୍ରତି ମା ଲକ୍ଷ୍ମୀଙ୍କର ରହିଛି ଆଶୀର୍ବାଦ

May 18, 2026

ବେଗୁନିଆରେ ପଞ୍ଚମ ସାଂସଦ ଚିକିତ୍ସା ଶିବିର ଅନୁଷ୍ଠିତ

May 18, 2026

ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

May 18, 2026

ପ୍ରଧାନମନ୍ତ୍ରୀଙ୍କ ଆଫସ୍ଲୁଇଟଡିଜକ୍ ଡ୍ୟାମ୍ ପରିଦର୍ଶନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.