Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର: ଶିକ୍ଷକମାନସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଭାବବିହ୍ୱଳ ପରିବେଶ
ଆଜିର ଖବର

ରଣପୁର: ଶିକ୍ଷକମାନସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଭାବବିହ୍ୱଳ ପରିବେଶ

May 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷକମାନସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଭାବବିହ୍ୱଳ ପରିବେଶ
ଶିକ୍ଷକମାନସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଭାବବିହ୍ୱଳ ପରିବେଶ

ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ଦେଉଳି ଗ୍ରାମର ପୁଅ ତଥା ଗୋପାଳପୁର ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି।

ସୂଚନା ଅନୁଯାୟୀ, ସ୍ୱର୍ଗତ ସାହୁଙ୍କ ଜନ୍ମ ୦୧.୦୫.୧୯୭୬ ତାରିଖରେ ହୋଇଥିଲା ଏବଂ ଗତ ୧୨.୦୫.୨୦୨୬ ତାରିଖରେ ତାଙ୍କର ଅକାଳ ବିୟୋଗ ଘଟିଥିଲା। ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶନିବାର ଦିନ ତାଙ୍କ ନିଜ ଜନ୍ମଭୂମିରେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା।

ଏହି ସଭାରେ ପୂଜ୍ୟ ପୂଜା ପରିଷଦର ଅଧ୍ୟକ୍ଷ ନାରାୟଣ ମହାପାତ୍ର, ନୟାଗଡ ଜିଲ୍ଲା ସଂସ୍କୃତି ସଂଗଠନର ସଭାପତି ରାଜେଶ ପଣ୍ଡା, ଟାଙ୍ଗୀ ବ୍ଲକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ସାହୁ, ପ୍ରାକ୍ତନ ମହାବିଦ୍ୟାଳୟ ଅଧ୍ୟକ୍ଷ ବାଳକୃଷ୍ଣ ମିଶ୍ର, ଶିକ୍ଷାବିତ୍ କିଶୋର ଚନ୍ଦ୍ର ଭଞ୍ଜ, ରାଜ୍ୟ ପ୍ରାଥମିକ ମହାସଂଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ପୂଜ୍ୟ ପୂଜା ପରିଷଦର ସମ୍ପାଦକ ରବୀନ୍ଦ୍ର କୁମାର ନାୟକ, ଗୋପାଳପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଙ୍ଗଦ ବଳିଆରସିଂ ପ୍ରମୁଖ ମଞ୍ଚାସିନ ଥିଲେ।

ସଭାରେ ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ ଫକୀର ନାୟକ, ବିଦେଶିନୀ ପତି, ଗୋଦାବରୀ ନାୟକ, ଜ୍ୟୋତି ରଞ୍ଜନ କର, ଶକ୍ତି ପ୍ରସାଦ ଆଚାର୍ଯ୍ୟ, ସୁଶୀଲ କୁମାର ରଣା, ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି, ବିଶ୍ୱଜିତ ମହାପାତ୍ରଙ୍କ ସମେତ ସମ୍ପର୍କୀୟ ଓ ବନ୍ଧୁବାନ୍ଧବ ଉପସ୍ଥିତ ରହି ସ୍ୱର୍ଗତ ସାହୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କ ସ୍ମୃତିଚାରଣ କରିଥିଲେ। ବକ୍ତାମାନେ ତାଙ୍କୁ ଜଣେ ମେଳାପୀ ଓ ପରୋପକାରୀ ବ୍ୟକ୍ତି ଭାବେ ବର୍ଣନା କରି ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଥିଲେ।

ସଭାକାର୍ଯ୍ୟ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରି ସ୍ୱର୍ଗତ ଆତ୍ମାର ସଦଗତି କାମନା କରାଯାଇଥିଲା।

ଭାବବିହ୍ୱଳ ପରିବେଶ ରଣପୁର ବ୍ଲକ ଶ୍ରଦ୍ଧାଞ୍ଜଳି ସଭା ସ୍ମୃତିଚାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Latest News

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.