ଭୁବନେଶ୍ଵର: ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ସରକାରୀ ବାସଭବନର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ଓ ଚିଲିକା ବ୍ଲକରେ ଚାଲୁଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ଓ ସାମାଜିକ ସୁରକ୍ଷା ଅନ୍ତର୍ଗତ ଯୋଜନା ଗୁଡ଼ିକର ଯୋଗ୍ୟ ହିତାଧିକାରୀ ଚୟନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।
ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ଆବଶ୍ୟକତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ପ୍ରକଳ୍ପ କାର୍ଯ୍ୟଗୁଡ଼ିକୁ ଗୁଣବତ୍ତା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପନ୍ନ କରିବା ସହ ଏହାର ନିୟମିତ ତଦାରଖ ଓ କାର୍ଯ୍ୟକ୍ଷେତ୍ର ପରିଦର୍ଶନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଉକ୍ତ ବୈଠକରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚିଲିକା ବ୍ଲକ ବିଡିଓ ପୁନମ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


