Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘କୋଷ୍ଟାଲ ହାଇଓ୍ୱେ’ ହେବ ଗେମ୍-ଚେଞ୍ଜର: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

‘କୋଷ୍ଟାଲ ହାଇଓ୍ୱେ’ ହେବ ଗେମ୍-ଚେଞ୍ଜର: ଧର୍ମେନ୍ଦ୍ର ପ୍ରଧାନ

June 4, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Dharmendra
ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶାରେ ଏନଏଚ୍-୯୦ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ରାମେଶ୍ୱର ଠାରୁ କୋଣାର୍କ ଦେଇ ପାରାଦୀପ ପର୍ଯ୍ୟନ୍ତ ଗ୍ରୀନଫିଲ୍ଡ ‘କୋଷ୍ଟାଲ ହାଇୱେ’ ନିର୍ମାଣ ପାଇଁ ମଞ୍ଜୁର ମିଳିଛି। ପ୍ରାୟ ୧୬୦.୧୮ କିଲୋମିଟର ଲମ୍ବ ବିଶିଷ୍ଟ ଏହି ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ପ୍ରାୟ ୮ ହଜାର ୩୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବ୍ୟୟବରାଦ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଭିତ୍ତିଭୂମି ଓ ଅର୍ଥନୀତିର ବିକାଶ ପାଇଁ ମୋଦୀ ସରକାର ସଦାସର୍ବଦା ପ୍ରତିବଦ୍ଧ। ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମି ସୁଦୃଢ଼ କରିବା ସହ ରାଜ୍ୟର ବ୍ଲୁ ଇକୋନୋମୀ ଏବଂ ଶିଳ୍ପାୟନକୁ ନୂଆ ଗତି ଦେବ। ଏହି ପ୍ରକଳ୍ପ ହାଇବ୍ରିଡ୍ ଆନୁଇଟି ମୋଡରେ ନିର୍ମାଣ କରାଯିବ। ଏହି ମେଗା ପ୍ରକଳ୍ପକୁ ଦୁଇଟି ପ୍ୟାକେଜ୍‌ରେ ବିଭକ୍ତ କରାଯାଇଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ୟାକେଜ୍-୧ ଅଧୀନରେ ରାମେଶ୍ୱର ଠାରୁ କାକଟପୁର ପର୍ଯ୍ୟନ୍ତ ପ୍ରାୟ ୭୯ କିଲୋମିଟର ରାସ୍ତାକୁ ୪-ଲେନ୍ ବିଶିଷ୍ଟ ହାଇୱେ କରାଯିବ ଏବଂ ପ୍ୟାକେଜ୍-୨ ଅଧୀନରେ କାକଟପୁର ଠାରୁ ପାରାଦୀପ ପର୍ଯ୍ୟନ୍ତ ପ୍ରାୟ ୮୦ କିଲୋମିଟର ରାସ୍ତାକୁ ପକ୍କା ସୋଲ୍ଡର ବିଶିଷ୍ଟ ୨-ଲେନ୍ ବିଶିଷ୍ଟ ରୋଡ୍ ଭାବେ ନିର୍ମାଣ କରାଯିବ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ଆର୍ଥିକ ପ୍ରଗତି, ପର୍ଯ୍ୟଟନ ଏବଂ ବାଣିଜ୍ୟ କ୍ଷେତ୍ରରେ ଏହି ପ୍ରକଳ୍ପ ଏକ ଗେମ୍-ଚେଞ୍ଜର ସାବ୍ୟସ୍ତ ହେବ। ପୂର୍ବ ଭାରତର ବିକାଶ ତଥା ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସମୃଦ୍ଧି ପାଇଁ ମୋଦୀ ସରକାରଙ୍କ ଏହି ସୁଚିନ୍ତିତ ପଦକ୍ଷେପ ପ୍ରଶଂସନୀୟ । ଏହି ସୁପାରିଶକୃତ ପ୍ରକଳ୍ପ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମି ସୁଦୃଢ଼ କରିବା ସହ ଅର୍ଥନୀତିକୁ ଏକ ନୂଆ ଗତି ପ୍ରଦାନ କରିବ। ଏହାସହ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ  ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି। ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଏହି ସ୍ୱତନ୍ତ୍ର ଦୃଷ୍ଟିଭଙ୍ଗୀ ପାଇଁ ସେ ସମଗ୍ର ଓଡ଼ିଶାବାସୀଙ୍କ ତରଫରୁ ପୁନର୍ବାର ମୋଦୀ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

‘କୋଷ୍ଟାଲ ହାଇଓ୍ୱେ’ ଓଡ଼ିଶାର ଅର୍ଥନୀତି କେନ୍ଦ୍ର କ୍ୟାବିନେଟ ଗେମ୍ ଚେଞ୍ଜର' ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ପୂର୍ବୋଦୟ ମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026
Latest News

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.