ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଗୁନିଆପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କର ଅଂଶୁଘାତରେ ପ୍ରାଣ ହରାଇଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ସୁମଣ୍ଡଳ ଗ୍ରାମର ଗୌରାଙ୍ଗ ବିଶ୍ୱାଳଙ୍କ ପୁତ୍ର ତପନ ବିଶ୍ବାଳ ଭେଜିପୁଟ ଗ୍ରାମରୁ ସାଇକେଲ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ। ଠିକ ସେତିକି ବେଳେ ସେ ହଠାତ୍ ରାସ୍ତା କଡ଼ରେ ଚେତା ହରେଇ ପଡିଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


