ଭୁବନେଶ୍ୱର: ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଗ୍ରା:ପର କରଡ଼ାପଲ୍ଲୀ ଗ୍ରାମର ଏକ ଭବ୍ୟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଗମ୍ଭାରୀମୁଣ୍ଡା ଗ୍ରା:ପର ପୂର୍ବତନ ସରପଞ୍ଚ ମୃତ୍ୟୁଞ୍ଜୟ ମହାରଥୀଙ୍କ ସମେତ କରଡ଼ାପଲ୍ଲୀ ଗ୍ରାମର ଶତାଧିକ ବିଜେଡି କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଓ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝି, ମାମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି।
ଦଳରେ ଯୋଗଦାନ କରିଥିବା ସମସ୍ତ କର୍ମକର୍ତ୍ତାଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭା.ଜ.ପା ପରିବାରକୁ ସ୍ବାଗତ କରିବା ସହ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ ଯେ, “ଆପଣମାନଙ୍କର ଏହି ଯୋଗଦାନ ଆଗାମୀ ଦିନରେ ଅଞ୍ଚଳର ବିକାଶ ଓ ଦଳୀୟ ସଂଗଠନ ଆହୁରି ସୁଦୃଢ଼, ସକ୍ରିୟ ଏବଂ ଗତିଶୀଳ କରିବ।”
ଏହି ମିଶ୍ରଣ ପର୍ବରେ ବରିଷ୍ଠ ବିଜେପି ନେତା ନିକୁଞ୍ଜ କିଶୋର ପଟ୍ଟନାୟକ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବିଜେପି ନେତା ନବଘନ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


