ଭୁବନେଶ୍ଵର: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଭୁବନେଶ୍ଵରରେ ବିଭିନ୍ନ ଘରୋଇ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଆୟୁଷ୍ମାନ କାର୍ଡଧାରୀ ରୋଗୀଙ୍କ ସ୍ଵାସ୍ଥ୍ୟାବସ୍ଥା ବୁଝିବା ସହ ତାଙ୍କ ସମ୍ପର୍କୀୟଙ୍କ ସହିତ ଆଲୋଚନା କରିଛନ୍ତି। ରୋଗୀମାନେ ଯେପରି ବିନା କୌଣସି ବାଧାରେ ଉନ୍ନତ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇପାରିବେ, ସେଥିପାଇଁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ଶ୍ରୀ ମହାଲିଙ୍ଗ ନିର୍ଦ୍ଦେଶ ଦେଇଛନ୍ତି।


