Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରାନ୍ତି ପକ୍ଷରୁ କର୍କଟ ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ
ଆଜିର ଖବର

କ୍ରାନ୍ତି ପକ୍ଷରୁ କର୍କଟ ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ

June 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ରାନ୍ତି ପକ୍ଷରୁ କର୍କଟ ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ
କ୍ରାନ୍ତି ପକ୍ଷରୁ କର୍କଟ ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିନକୁ ଦିନ ବୃଦ୍ଧି ପାଉଛି କର୍କଟ ରୋଗ। କୋମଳ ମତି ଶିଶୁ ଠାରୁ ଯୁବକ ଯୁବତୀମାନେ ଏବଂ ବୟସ୍କ ବ୍ୟକ୍ତିମାନେ ଏହି ରୋଗରେ ଶିକାର ହେଉଛନ୍ତି। ଏପରି ସ୍ଥଳେ ସଚେତନ ହିଁ ଏକମାତ୍ର ପନ୍ଥା। ନିଜର ଦୁଃଖ ଓ କଷ୍ଟକୁ ଭୃକ୍ଷେପ ନକରି ଅନ୍ୟର ମୁହଁରେ ହସ ଫୁଟାଇବାକୁ ଦେବାନନ୍ଦ ପ୍ରୟାସ କରୁଛନ୍ତି। ଆଜି ଜାତୀୟ ନ୍ୟାସନାଲ କ୍ୟାନସର ସର୍ଭାଇଭର ଦିବସରେ ଏହି ବାର୍ତ୍ତା ରଖିଛନ୍ତି ମୁଖ କର୍କଟ ରୋଗୀ ତଥା କ୍ରାନ୍ତିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ଼ଃ ଦେବାନନ୍ଦ ଦାଶ।

ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପ୍ରେକ୍ଷାଳୟ ଠାରେ ବ୍ରହ୍ମପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ଆୟୋଜିତ ଜାତୀୟ କର୍କଟ ବିଜୟୀ ଦିବସରେ ଅନେକ କର୍କଟ ବିଜୟୀ ଯୋଦ୍ଧା ମାନଙ୍କୁ ସମ୍ମାନୀତ କରାଯିବା ସହ କ୍ୟାନସର ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ କରିଛନ୍ତି। ପ୍ରଥମେ ସମସ୍ତ ଅତିଥି ଓ କର୍କଟ ଯୋଦ୍ଧାମାନେ ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥଲେ।

ସଂସ୍ଥାର ନିର୍ଦ୍ଦେଶକ ଡଃ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡଃ ପ୍ରିୟଜିତ୍ ଜେନା ମୁଖ୍ୟ ଅତିଥି, ଡଃ ଦେବ୍ୟାନୀ ଦେବ, ଡଃ ପି ଶ୍ରୀ ଲେଖା, ଡଃ ବସନ୍ତ ଶତପଥୀ, ଯୁବ ବ୍ୟବସାୟୀ ରାଜ କୁମାର ସେନାପତି ଓ ରାଜା ରାମ୍ ପାଢ଼ୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ କର୍କଟ ରୋଗର ବିଭିନ୍ନ ଚିକିତ୍ସା ପଦ୍ଧତି ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। କର୍କଟ ରୋଗରେ ପୀଡିତ ଓ ରୋଗକୁ ହରାଇଥିବା ବ୍ୟକ୍ତିବିଶେଷ ମାନେ ନିଜର ଅନୁଭୂତି ସମ୍ପର୍କରେ କହିଥିଲେ।

ଏହି ଅବସରରେ ବିଦ୍ୟାଳୟସ୍ତରୀୟ ବିଭିନ୍ନ କୃତି ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ନିର୍ମଳା ଦାସ, ଦେବରାଜ ପଣ୍ଡା, ଚର୍ଚ୍ଚିକା ଦାସ, ଅନୀଲ ସେଠୀ, ଅରୁଣ ପଟ୍ଟନାୟକ, ବଳରାମ ଦଳବେହେରା ସୟନୀ ମଲିକ ଓ ଚିନ୍ମୟାନନ୍ଦ ଦାସ ପ୍ରମୁଖ ସହଯୋଗ କରିଥିଲେ।

'କ୍ରାନ୍ତି' କର୍କଟ ରୋଗ ଜାତୀୟ କର୍କଟ ବିଜୟୀ ଦିବସ ବ୍ରହ୍ମପୁର ସମର ଫେଷ୍ଟିଭାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ସୁରକ୍ଷା ପାଇଁ ପୂର୍ବତଟ ରେଳପଥରେ ମକ୍ ଡ୍ରିଲ୍

July 2, 2026

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026
Latest News

ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ସୁରକ୍ଷା ପାଇଁ ପୂର୍ବତଟ ରେଳପଥରେ ମକ୍ ଡ୍ରିଲ୍

July 2, 2026

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.