ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ବାଇପାସ୍ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଏକ ବିଏମଡବ୍ଲ୍ୟୁ କାର ପଛପଟୁ ଏକ ହାଇୱାକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିଲା। ଘଟଣା ପରେ ଭବାନୀପାଟଣା ସଦର ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


