ଭୁବନେଶ୍ଵର : ଭୁବନେଶ୍ଵର ସୈନିକ ସ୍କୁଲ ରାସ୍ତାରେ ସିରିଜ ଦୁର୍ଘଟଣା । କାର – ଅଟୋ ଏକାଧିକ ବାଇକ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ରାସ୍ତାରେ ଗାଡ଼ି ଚଳାଚଳ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା ଏବଂ ଯାତାୟାତରେ ବ୍ୟାପକ ପ୍ରଭାବ ପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପଠାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣକୁ ନେବା ସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି।


