Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ
ଆଜିର ଖବର

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଳି: କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ଏକ ବୋଲେରୋ, କାର୍ ଓ ଅଟୋରିକ୍ସା ମଧ୍ୟରେ ଧକ୍କା ହେବାରୁ ଶିଶୁ ଓ ମହିଳାଙ୍କ ସମେତ ୧୩ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ବାରୁଅ ନିକଟସ୍ଥ ଇତିପୁର ଗ୍ରାମର ଦୁଇଟି ପରିବାରର ୧୧ ଜଣ ସଦସ୍ୟ ଏକ ଅଟୋରିକ୍ସାରେ ଆଖଣ୍ଡଳମଣି ପୀଠକୁ ଯାଉଥିଲେ। ଏହି ସମୟରେ ଏକ ଦ୍ରୁତଗାମୀ ବୋଲେରୋ ପଛପଟରୁ ଆସି ପ୍ରଥମେ ଏକ କାର୍‌କୁ ଧକ୍କା ଦେଇଥିଲା। ଧକ୍କା ପରେ ଭାରସାମ୍ୟ ହରାଇଥିବା ବୋଲେରୋଟି ଅଟୋରିକ୍ସାକୁ ଜୋରଦାର ଧକ୍କା ଦେବାରୁ ଅଟୋଟି ଯାତ୍ରୀଙ୍କ ସହ ରାସ୍ତା ଉପରେ ଓଲଟି ପଡ଼ିଥିଲା।

ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଅଟୋରେ ଥିବା ଦୁଇଜଣ ମହିଳା ଗାଡ଼ି ତଳେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ସମସ୍ତ ଆହତଙ୍କୁ ଆଳି ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବାବେଳେ, ଗୁରୁତର ଆହତ ୩ ଜଣଙ୍କୁ  କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।

ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବାବେଳେ, ଦ୍ରୁତ ଗତି ଏହି ଦୁର୍ଘଟଣାର ପ୍ରମୁଖ କାରଣ ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

accident
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026
Latest News

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.