ପବିତ୍ର ରେଖା ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ତେବେ ରାହୁରେଖା ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ 5 ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ନ 2ଟାରୁ ସନ୍ଧ୍ୟା 7ଟା ପର୍ଯ୍ୟନ୍ତ ରାହୁରେଖା ନୀତି ଅନୁଷ୍ଠିତ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱାର ବନ୍ଦ ରହିବା ସହିତ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ନାନପୂର୍ଣ୍ଣିମା ଦିନ ପହଣ୍ଡି ହୋଇ ମହାପ୍ରଭୁ ଅଣସର ପିଣ୍ଡିକୁ ବିଜେ କରିବା ସମୟରେ ରାହୁରେଖା ଓହ୍ଲାଇ ଦିଆଯାଏ ।