Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 
ଆଜିର ଖବର

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩ (UG) ନାମଲେଖା ପାଇଁ ଆବେଦନ ସଂଖ୍ୟା ବଢ଼ିଥିବାରୁ ଉଚ୍ଚଶିକ୍ଷା ବିଭାଗ ବଡ଼ ପଦକ୍ଷେପ ନେଇଛି। ଅଧିକ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ସୁଯୋଗ ଦେବା ଲକ୍ଷ୍ୟରେ ରାଜ୍ୟର ବିଭିନ୍ନ କଲେଜରେ ମୋଟ ୧୦ ହଜାର ୩୭୨ଟି ଅତିରିକ୍ତ ସିଟ୍ ବୃଦ୍ଧି କରାଯାଇଛି।

ବିଭାଗୀୟ ସୂଚନା ଅନୁଯାୟୀ, ଷ୍ଟେଟ୍ ପବ୍ଲିକ ୟୁନିଭର୍ସିଟିଗୁଡ଼ିକରେ ୧,୨୧୬ଟି ସିଟ୍ ବଢ଼ାଯାଇଛି। ସେହିପରି ସରକାରୀ କଲେଜଗୁଡ଼ିକରେ ସର୍ବାଧିକ ୪,୬୮୪ଟି ସିଟ୍ ବୃଦ୍ଧି କରାଯାଇଛି, ଯାହା ଅଧିକ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନାମଲେଖାର ସୁଯୋଗ ଦେବ।

ଏହାସହ ୪୮୮ଟି ବର୍ଗ (ଡିଗ୍ରୀ) କଲେଜରେ ୩,୪୧୬ଟି ସିଟ୍ ବୃଦ୍ଧି କରାଯାଇଥିବା ବେଳେ ୬୬୨ଟି ଅନୁଦାନପ୍ରାପ୍ତ କଲେଜରେ ଅତିରିକ୍ତ ୧,୦୫୬ଟି ସିଟ୍ ଯୋଡ଼ାଯାଇଛି। ଏହି ନିଷ୍ପତ୍ତି ଫଳରେ ନାମଲେଖା ପ୍ରକ୍ରିୟାରେ ଚାପ କମିବା ସହ ଅଧିକ ଯୋଗ୍ୟ ଛାତ୍ରଛାତ୍ରୀ ଉଚ୍ଚଶିକ୍ଷାର ସୁଯୋଗ ପାଇବେ ବୋଲି ଆଶା କରାଯାଉଛି।

ଉଚ୍ଚଶିକ୍ଷା ବିଭାଗର ଏହି ପଦକ୍ଷେପକୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ସ୍ୱାଗତ କରିଛନ୍ତି। ବିଶେଷକରି ଯେଉଁ ଛାତ୍ରଛାତ୍ରୀମାନେ ସିଟ୍ ଅଭାବ ଯୋଗୁଁ ନାମଲେଖା ସୁଯୋଗ ହରାଇବା ଆଶଙ୍କାରେ ଥିଲେ, ସେମାନଙ୍କ ପାଇଁ ଏହା ଏକ ବଡ଼ ଆଶ୍ଵସ୍ତି ଭାବେ ଉଭାହୋଇଛି ।

+3seat
Share. Facebook Twitter LinkedIn Email WhatsApp Copy Link

Related Posts

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Latest News

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.