Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ
ଆଜିର ଖବର

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ
ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ଭେଟେରିନାରୀ ସାଇନସେସ୍ ଆଣ୍ଡ ଆନିମଲ ହଜବାଂଡ୍ରି (ଆଭିଏସ୍‌ଏଏଚ୍‌)ରେ ପ୍ରାଣୀ ଚିକିତ୍ସା ବିଜ୍ଞାନ ଓ ପ୍ରାଣୀ ପାଳନ ପ୍ରତିଷ୍ଠାନ ବିଭାଗ ପକ୍ଷରୁ ପ୍ରାଣୀ ଚିକିତ୍ସା ସ୍ନାତକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭାରତର କୁକ୍କୁଟ ଏବଂ ଡ଼ାଇରୀ ଶିଳ୍ପରେ ନିଜକୁ ନିୟୋଜିତ କରିବା ନେଇ ରହିଥିବା ବିଭିନ୍ନ ସୁବିଧାସୁଯୋଗ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମରେ ବିଶେଷଜ୍ଞ ଭାବେ ମହାରାଷ୍ଟ୍ରର ପୁନେସ୍ଥିତ ଗ୍ରୀନମାଇକ୍ରୋର ସିଇଓ ଡ଼ଃ ପ୍ରଦୀପ ପି. ଲିଙ୍ଗେ ପିପିଟି ମାଧ୍ୟମରେ ବି.ଭି.ଏସ.ସି ଆଣ୍ଡ ଏ.ଏଚର ସ୍ନାତକ ଡାକ୍ତର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରାଇଭେଟ ପ୍ରାକ୍‌ଟିସ, ଉଦ୍ୟୋଗ ସ୍ଥାପନ, ସରକାରୀ ଚାକିରୀ, ବ୍ୟବସାୟିକ ଭିତିରେ କୁକ୍କୁଟ ଓ ଡ଼ାଇରୀ ଫାର୍ମ ପ୍ରତିଷ୍ଠା, ଦୁଗ୍ଧ ଓ ଦୁଗ୍ଧ ଜାତୀୟ ଏବଂ କୁକ୍କୁଟ ଓ କୁକ୍କୁଟ ଜାତୀୟ ଦ୍ରବ୍ୟର ପ୍ରସ୍ତୁତି ସହିତ ନିରପେକ୍ଷ ବିତରଣ ଆଦି ଦିଗରେ ଆତ୍ମନିର୍ଭରଶୀଳ ହେବା ପାଇଁ ରହିଥିବା ସୁବିଧାସୁଯୋଗ ଉପରେ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଆଭିଏସ୍‌ଏଏଚ୍ ର ଡିନ ପ୍ରଫେସର ( ଡ଼ଃ) ସୁଶାନ୍ତ କୁମାର ଦାସ ସଭାପତିତ୍ୱ କରି ଏହି ଆଲୋଚନାଚକ୍ର ଆୟୋଜନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। କୁକ୍କୁଟ ଉତ୍ପାଦନ ବିଭାଗର ମୁଖ୍ୟ ତଥା ପ୍ରଫେସର (ଡ଼ଃ) ନବ କିଶୋର ପ୍ରହରାଜ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉଭୟ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନଙ୍କ ମଧ୍ୟରେ ପାରସ୍ପାରିକ ମତ ବିନିମୟ ହୋଇଥିଲା। ସର୍ବଶେଷରେ ଅଣୁ ଜୀବତତ୍ୱ ବିଭାଗର ସହକାରୀ ଅଧ୍ୟାପକ ଡ଼ଃ ବୀର କିଶୋର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଆଲୋଚନାଚକ୍ରରେ ଶହେରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଯୋଗଦାନ କରିଥିଲେ।

କର୍ମାଭିମୁଖୀ ଆଲୋଚନାଚ ଶିକ୍ଷା ଅନୁସନ୍ଧାନ ସୋଆ ଆଭିଏସ୍‌ଏଏଚ୍
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026
Latest News

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.