Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର
ଆଜିର ଖବର

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର
ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ବୋଲଗଡ଼ ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିରରେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଜ୍ୟୋତି ଶଙ୍କର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନାଦି ଚରଣ ସେଠୀ, ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର (ଅଭିଯୋଗ) ଭୁବନେଶ୍ଵରୀ କଅଁର, ବ୍ଲକ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର, ବୋଲଗଡ଼ ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୫୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୩୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୧ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା। ଜିଲ୍ଲାପାଳ ଅଭିଯୋଗ ଶିବିରରେ ୦୭ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ରେଡକ୍ରସ ପାଣ୍ଠିରୁ ପିଙ୍କି ସୁବୁଦ୍ଧି, କଅଁପୁର, ଖମ୍ବୁରିଆ, ବୋଲଗଡଙ୍କୁ ୧୫ ହଜାର, କୁମୁଦିନୀ ମହାନ୍ତି, ହଲଦିପଦା, ସାଗର ବୁହା, ବୋଲଗଡଙ୍କୁ ୧୦ ହଜାର, ହରିବନ୍ଧୁ ନାୟକ, ସାଗର ବୁହା,ବୋଲଗଡ ଙ୍କୁ ୧୦ ହଜାର ସହାୟତା ରାଶି ପ୍ରଦାନ କରିଥିଲେ।

ସେହିପରି ବୋହିତା ଦେଇ, ଟାଙ୍ଗୀ ସାହି, ଖାଷିଓଦା, ବୋଲଗଡଙ୍କୁ ୨୦ ହଜାର, ଦିଲ୍ଲୀପ ସାମନ୍ତରାୟ, ରାଶୋଳ, ସାନପଦର, ବୋଲଗଡଙ୍କୁ ୧୫ ହଜାର, ବନିତା ପାଲଟା ସିଂହ, ଅପାସିଆ, ବାବାରଦୁଲା ପାଟଣା, ବୋଲଗଡ ଙ୍କୁ ୨୦ ହଜାର ଏବଂ କୁଞ୍ଜ ବିହାରୀ ସୁବୁଦ୍ଧି, ଗୋଡ଼ାପାଟଣା, ସାଗର ବୁହା, ବୋଲ ଗଡଙ୍କୁ ୧୫ ହଜାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପ୍ରଦାନ କରିଥିଲେ। ଜନଶୁଣାଣି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , ପଂଚାୟତ ପ୍ରତିନିଧି,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ।

ଖୋର୍ଦ୍ଧା ବୋଲଗଡ଼ ମିଳିତ ଜନଶୁଣାଣି ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ପଟ୍ଟାମୁଣ୍ଡାଇ ନାବାଳିକା ଗଣଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୫ବର୍ଷ ସଶ୍ରମ କାରାଦଣ୍ଡ

November 10, 2026

ବଙ୍ଗୋପସାଗର ପୁଣି ଅଶାନ୍ତ, ୧୩ରେ ଆଉ ଏକ ଲଘୁଚାପ!

November 10, 2026

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026
Latest News

ପଟ୍ଟାମୁଣ୍ଡାଇ ନାବାଳିକା ଗଣଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୫ବର୍ଷ ସଶ୍ରମ କାରାଦଣ୍ଡ

November 10, 2026

ବଙ୍ଗୋପସାଗର ପୁଣି ଅଶାନ୍ତ, ୧୩ରେ ଆଉ ଏକ ଲଘୁଚାପ!

November 10, 2026

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026

ବୈଦ ମାଧଵଚନ୍ଦ୍ର ନନ୍ଦଙ୍କ ୩୮ ତମ ଶ୍ରାଦ୍ଧବାର୍ଷିକୀ: କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ଓ ପୁରସ୍କାର ବିତରଣ

November 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.