Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି
ଆଜିର ଖବର

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026No Comments4 Mins Read
Share Facebook Twitter LinkedIn Email WhatsApp Copy Link
teacher strike
'ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ': ସମନ୍ୱୟ ସମିତି

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଦୀର୍ଘ ଦିନ ଧରି ସରକାରଙ୍କ ନିକଟରେ ସେମାନଙ୍କର ଦାବିକୁ ଆଲୋଚନା, ପର୍ଯ୍ୟାଲୋଚନା ଓ ଆନ୍ଦୋଳନ ମାଧ୍ୟମରେ ଜଣାଇ ଆସୁଛନ୍ତି। ସରକାର ମଧ୍ୟ ବାରମ୍ବାର ପ୍ରତିଶ୍ରୁତି ଦେଇ ଚାଲିଛନ୍ତି। ଇତି ମଧ୍ୟରେ ନୂତନ ସରକାର ଗଠନ ହେବାର ଦୀର୍ଘ ଦୁଇବର୍ଷର ଅବଧି ପୂରିଥିଲେ ମଧ୍ୟ ଶିକ୍ଷକମାନଙ୍କ ସମସ୍ୟାର ସମାଧାନ  ହୋଇ ନାହିଁ। ସେଥିପାଇଁ ଶିକ୍ଷକମାନଙ୍କ ମନରେ ଅସନ୍ତୋଷ ବୃଦ୍ଧି ପାଇଛି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ପ୍ରେସ୍‌ଇସ୍ତାହାର ଜରିଆରେ ଗଣମାଧ୍ୟମକୁ ଜଣାଇଛନ୍ତି।

ସୂଚନାଥାଉକି, ସରକାର ଶିକ୍ଷକମାନଙ୍କର ସମସ୍ୟା ସମାଧାନ କରିବା ପାଇଁ ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗଠନ କରିଥିବା କମିଟିର ଛଅ ମାସର ସମୟ ଅବଧି ଜୁନ୍ ମାସ ୬ ତାରିଖରେ  ପୂରଣ ହୋଇଯାଇଛି। ଉକ୍ତ କମିଟି ତାଙ୍କର ରିପୋର୍ଟ ସରକାରଙ୍କ ନିକଟରେ ପ୍ରଦାନ କରି ସାରିଛନ୍ତି। କିନ୍ତୁ ସରକାରଙ୍କ ତରଫରୁ ସେ ଦିଗରେ ଅଦ୍ୟାବଧି କୌଣସି ନିଷ୍ପତ୍ତି ନିଆନଯିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ବୋଲି ସମନ୍ୱୟ ସମିତି ପକ୍ଷରୁ କୁହାଯାଇଛି।

ବହୁବାର ସରକାରୀ ଦଳ ତରଫରୁ ମାନ୍ୟବର ବିଧାୟକ ଓ ମନ୍ତ୍ରୀମାନେ ମଧ୍ୟ ଆନ୍ଦୋଳନ ସ୍ଥଳକୁ ଆସି ପ୍ରତିଶ୍ରୁତି ଦେଇ ଯାଇଛନ୍ତି। ବାରମ୍ବାର ଆଲୋଚନା ହୋଇଛି, କିନ୍ତୁ ଅଦ୍ୟାବଧି ଦାବି ପୂରଣ ହୋଇ ନାହିଁ। ଶିକ୍ଷକମାନେ ଗାନ୍ଧିମାର୍ଗକୁ ଆସି ଆନ୍ଦୋଳନ କରନ୍ତି ଓ ସରକାରଙ୍କ କଥାରେ ପ୍ରତିଶ୍ରୁତି ପାଇ ବିଦ୍ୟାଳୟକୁ ଫେରି ଯାଆନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଯେତେବେଳେ ପୂର୍ବ ସରକାରଙ୍କ ସମୟରେ ବିରୋଧୀ ଦଳର ନେତା ଥିଲେ ସେତେବେଳେ ମଧ୍ୟ ଆନ୍ଦୋଳନ ସ୍ଥଳରେ ଆସି ପ୍ରତିଶ୍ରୁତି ରଖିଥିଲେ “ଆମ ସରକାର ଆସିଲେ ଆମେ ସବୁ ବର୍ଗର ଶିକ୍ଷକ ମାନଙ୍କର ସମସ୍ୟା ମାସେ ଦୁଇମାସ ମଧ୍ୟରେ ସମାଧାନ କରିବୁ।’ କିନ୍ତୁ ଦୁଃଖ ଓ ବିଡ଼ମ୍ବନାର ବିଷୟ ସରକାର କମିଟି ଗଠନ କରି ସମସ୍ୟା ସମାଧାନ ନାମରେ ଅହେତୁକ ବିଳମ୍ବ କରି ଚାଲିଛନ୍ତି। ଧୈର୍ଯ୍ୟର ଗୋଟିଏ ସୀମା ଅଛି। ଶିକ୍ଷକମାନଙ୍କର ବଞ୍ଚିବାର ଅଧିକାରକୁ ସରକାର ଛଡ଼ାଇ ନେବାକୁ ବସିଲେଣି। ଅର୍ଥାତ୍ ଏହି ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକ ଆଉ କିଛିବର୍ଷ ପରେ ଶିକ୍ଷକ ଅଭାବରୁ ଭାଙ୍ଗିଯିବ। କାରଣ ଏହି ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ନୂତନ ନିଯୁକ୍ତିର ବ୍ୟବସ୍ଥା ନାହିଁ କିମ୍ବା ଏହି ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ଅବସର ପରେ ପେନସନ୍ ଓ ଚାକିରି ସର୍ତ୍ତାବଳୀର ସୁବିଧା ନାହିଁ।

ସରକାର ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ନିଯୁକ୍ତିର ବ୍ୟବସ୍ଥା କରିଛନ୍ତି। ୨୦୨୩ ମସିହା ସଂକଳ୍ପ ଅନୁଯାୟୀ ଏସ୍‌.ଏସ୍‌.ବି. ମାଧ୍ୟମରେ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକରେ ୨୦୨୪ ମସିହାରେ ୧୮୦୦ ଶିକ୍ଷକ ନିଯୁକ୍ତି ପାଇଥିଲେ। ବର୍ତ୍ତମାନ ସରକାର କଳା, ବିଜ୍ଞାନ, ଖେଳ ଆଦି ବିଭିନ୍ନ ବିଷୟରେ ୧୬୫୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି କରିବାକୁ ଯାଉଥିବା କଥା ଶୁଣିବାକୁ ମିଳୁଛି। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଏହିକି ଭାଙ୍ଗିବାକୁ ଯାଉଥିବା ଏହି ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ପାଇଁ ଶିକ୍ଷକ ନିଯୁକ୍ତି ବ୍ୟବସ୍ଥାର ପ୍ରକ୍ରିୟା ଆରମ୍ଭ କରି ନାହାଁନ୍ତି। ତେଣୁ ଯଦି ଏହି ବିଦ୍ୟାଳୟ ଗୁଡ଼ିକରେ ଖାଲିଥିବା ପାଞ୍ଚ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ପଦବୀ ପାଇଁ ନିଯୁକ୍ତିର ବ୍ୟବସ୍ଥା କରାଯାଆନ୍ତା ତେବେ ଏହି ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀ ମାନଙ୍କର ପାଠପଢ଼ା ଓ ବିଦ୍ୟାଳୟର ଅନ୍ୟାନ୍ୟ କାର୍ଯ୍ୟ ଗୁଡ଼ିକ ସୁରୁଖୁରୁରେ ଚାଲି ପାରନ୍ତା ବୋଲି ସମନ୍ୱୟ ସମିତି ତରଫରୁ କୁହାଯାଇଛି।

ସେହିପରି ଦୀର୍ଘଦିନ ଧରି ଅବହେଳିତ ଅବସ୍ଥାରେ ଥିବା ଅନୁଦାନ ପ୍ରାତ୍ୟାଶୀ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ସମସ୍ୟା ମଧ୍ୟ ଅତ୍ୟନ୍ତ ଜଟିଳ। ସରକାର ସେହି ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଇଁ କୌଣସି ବ୍ୟବସ୍ଥା କରି ନାହାଁନ୍ତି। ତେଣୁ ସରକାର ୨୫ ରୁ ୩୦ ବର୍ଷ ବିନା ପାରିଶ୍ରମିକରେ ବୁଭୁକ୍ଷୁ ଅବସ୍ଥାରେ କାର୍ଯ୍ୟ କରୁଥିବା ଅନୁଦାନ ଯୋଗ୍ୟ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀମାନଙ୍କୁ ଅନୁଦାନ ପ୍ରଦାନ କରନ୍ତୁ। ସେହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନେ ବହି, ପୋଷାକ, ସାଇକେଲ ଓ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ଅଟନ୍ତି। ନୂତନ ଅନୁଦାନ ପ୍ରାପ୍ତ ଓ ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଥିବା ତାରତମ୍ୟ ରହିବା ଆଦୌ ଉଚିତ ନୁହେଁ। ସବୁ ପିଲା ଆମର। ସମସ୍ତଙ୍କ ପାଇଁ ସମାନ ସୁବିଧା, ସମାନ କାମକୁ ସମାନ ଦରମା ଦେବାର ଆବଶ୍ୟକତା ରହିଛି। ଏଣୁ ସରକାର ଶିକ୍ଷକ ମାନଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ ନକରି ଶିକ୍ଷକ ମାନଙ୍କର ବିଭିନ୍ନ ସମସ୍ୟାକୁ ଯଥାଶୀଘ୍ର ସମାଧାନ କଲେ ଏକ ସୁସ୍ଥ ସମାଜ ଗଠନ ହୋଇପାରିବ।

ଅନୁଦାନ ପାଉନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ପେନସନ୍ ପ୍ରଦାନ, ଖାଲିପଡ଼ିଥିବା ପଦବୀରେ ନିଯୁକ୍ତିର ବ୍ୟବସ୍ଥା, ଗ୍ରେଡ଼ପେରେ ଥିବା ଅସଙ୍ଗତି, ୨୦୦୪ ରୁ ୨୦୧୩ ମସିହା ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି ନୋସନାଲ ଇନକ୍ରିମେଣ୍ଟ ସହ ବରିଷ୍ଠତା ପ୍ରଦାନ ଓ ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ନିମନ୍ତେ ସମନ୍ୱୟ ସମିତି ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦୃଢ଼ ଦାବି କରାଯାଉଛି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ନିର୍ମଳା ପଣ୍ଡା, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ. କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥୀ, ରମାକାନ୍ତ ଲେଙ୍କା ଏବଂ ମଧୁସୂଦନ ଦେ ପ୍ରମୁଖ କହିଛନ୍ତି।

ବୈମାତୃକ ମନୋଭାବ ଶିକ୍ଷକ ସମାଜ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.