Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟ : ନ୍ୟୁଜିଲ୍ୟାଣ୍ଡକୁ 5-0ରେ ପରାସ୍ତ କଲା ଭାରତ
ଆଜିର ଖବର

ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟ : ନ୍ୟୁଜିଲ୍ୟାଣ୍ଡକୁ 5-0ରେ ପରାସ୍ତ କଲା ଭାରତ

August 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ଏକ ପାଖିଆ ଭାବରେ ପରାସ୍ତ କରିଛି । ପ୍ରଥମ ମ୍ୟାଚ୍‌ରେ ଭାରତ ନ୍ୟୁଜିଲ୍ୟାଣ୍ଡ ନିକଟରୁ 1-2 ଗୋଲ୍‌ରେ ପରାସ୍ତ ହୋଇଥିବା ବେଳେ ଦ୍ବିତୀୟ ମ୍ୟାଚ୍‌ରେ ଜାପାନ୍‌କୁ 6-3ରେ ପରାସ୍ତ କରିଥିଲା । ଜାପାନ୍‌ର ଓଆଇ ହକି ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ପକ୍ଷରୁ ପାଞ୍ଚ ଜଣ ଖେଳାଳି ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ । ଅଧିନାୟକ ହରମନପ୍ରୀତ୍‌ ସିଂ ମ୍ୟାଚ୍‌ର ସପ୍ତମ ମିନିଟ୍‌ରେ ମ୍ୟାଚ୍‌ର ପ୍ରଥମ ଗୋଲ୍‌ ସ୍କୋର କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍‌ଶେର ସିଂ(18), ନୀଳକଣ୍ଠ ଶର୍ମା(22), ଗୁରସାହିବଜିତ୍‌ ସିଂ(26) ଏବଂ ମନଦୀପ୍‌ ସିଂ 27 ତମ ମିନିଟ୍‌ରେ ଗୋଲ୍‌ ସ୍କୋର କରି ଭାରତକୁ ବିଜୟୀ କରିଥିଲେ । ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଭାରତ ଆକ୍ରଣାତ୍ମକ ହକି ଖେଳିଥିବା ବେଳେ ଦ୍ବିତୀୟ ଭାଗରେ ରକ୍ଷଣାତ୍ମକ ହକି ଖେଳିଥିଲା । ଭାରତ ଦୁଇଟି ଗୋଲ୍‌ ପେନାଲ୍‌ଟି ଜରିଆରେ ସ୍କୋର କରିଥିବା ବେଳେ ତିନୋଟି ଫିଲ୍‌ଡ ଗୋଲ୍‌ ସ୍କୋର କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026
Latest News

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.