Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଏସ୍ଆଇଆର୍-୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା
ଆଜିର ଖବର

ପ୍ରକାଶ ପାଇଲା ଏସ୍ଆଇଆର୍-୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା

July 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
CEO R.S. Gopalan Press meet on SIR
CEO R.S. Gopalan Press meet on SIR

ଭୁବନେଶ୍ଵର: ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)-୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ୍ ଏହାର ସବିଶେଷ ସୂଚନା ଦେଇ କହିଛନ୍ତି ଯେ, ସମଗ୍ର ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସର୍ବସମାବେଶୀ ଭାବରେ ସମ୍ପନ୍ନ କରାଯାଉଛି। ସେ କହିଛନ୍ତି ଯେ, ରାଜ୍ୟରେ ପୂର୍ବରୁ ଥିବା ୩ କୋଟି ୩୩ ଲକ୍ଷ ୯୯ ହଜାର ୫୯୧ ଜଣ ଭୋଟରଙ୍କ ମଧ୍ୟରୁ ୩ କୋଟି ୧୩ ଲକ୍ଷ ୮୭ ହଜାର ୩୪ ଜଣ ଭୋଟର, ଅର୍ଥାତ୍ ୯୩ ଦଶମିକ ୯୭ ପ୍ରତିଶତ ନିଜର ପରିଗଣନା ଫର୍ମ ଦାଖଲ କରିଛନ୍ତି। ଚିଠା ଭୋଟର ତାଲିକା ଉପରେ ଦାବି ଓ ଆପତ୍ତି ଦାଖଲ ପାଇଁ ଆଜିଠାରୁ ଆସନ୍ତା ଅଗଷ୍ଟ ୪ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି। ସେପ୍ଟେମ୍ବର ୨ ତାରିଖ ସୁଦ୍ଧା ସମସ୍ତ ଦାବି ଓ ଆପତ୍ତିର ସମାଧାନ କରାଯିବ ଏବଂ ସେପ୍ଟେମ୍ବର ୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।

ଭୋଟରମାନେ ନିଜ ବିଏଲ୍ଓ, ECINET ମୋବାଇଲ୍ ଆପ୍, voters.eci.gov.in ଓ ceoodisha.nic.in ମାଧ୍ୟମରେ ଚିଠା ଭୋଟର ତାଲିକାରେ ନିଜ ନାମ ଯାଞ୍ଚ କରିପାରିବେ। ମୁଖ୍ୟ ନିର୍ବାଚନ ଅଧିକାରୀ ସ୍ପଷ୍ଟ କରିଛନ୍ତି ଯେ, ଆଇନରେ ନିର୍ଦ୍ଧାରିତ ପ୍ରକ୍ରିୟା ଅନୁସରଣ ନକରି କୌଣସି ଭୋଟରଙ୍କ ନାମ ଚିଠା ତାଲିକାରୁ ବାଦ୍ ଦିଆଯିବ ନାହିଁ।

ଏସ୍ଆଇଆର୍-୨୦୨୬ ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Latest News

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.