ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଚଳିତ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମକୁ ଜିଲ୍ଲା ପ୍ରଶାସନ ତରଫରୁ ଗଞ୍ଜାମ ଜିଲ୍ଲାରେ ଜୋରସୋରରେ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଆଜି ଗୋପାଳପୁର ବେଳାଭୂମି ରେ ଏନଏସି କର୍ମଚାରୀ ଓ ଗୋପାଳପୁର କଲେଜ ଛାତ୍ରଛାତ୍ରୀଙ୍କ ସହଯୋଗରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ଏହି କାର୍ଯ୍ୟକ୍ରମରେ ଖୋଦ୍ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ ଶ୍ରମଦାନ କରି ସଫେଇ କାର୍ଯ୍ୟକ୍ରମର ସଫଳତା କାମନା କରିଛନ୍ତି। ଏତଦବ୍ୟତୀତ ଏହି କାର୍ଯ୍ୟକ୍ରମରେ ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଜାନକୀ ରାମ, ନିର୍ବାହୀ ଅଧିକାରୀ ମନୋଜ ନାହାକ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


