କେନ୍ଦ୍ରାପଡା : କେନ୍ଦ୍ରାପଡ଼ା ସହରରେ ଏକ ଦୁଃଖଦ ଘଟଣା ଘଟିଛି। ଅର୍ବାନ ବ୍ୟାଙ୍କ ନିକଟସ୍ଥ କେନାଲରେ ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ପ୍ରାଥମିକ ସୂଚନା ଅନୁଯାୟୀ, ନାବାଳକ ଜଣକ କେନାଲ କୂଳରେ ପ୍ଲାଷ୍ଟିକ ଗୋଟାଉଥିବା ବେଳେ ଅସାବଧାନତାରୁ ପାଦ ଖସିଯାଇ ପାଣିରେ ପଡ଼ିଯାଇଥିଲେ।
ଘଟଣା ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀର ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନାବାଳକଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ନାବାଳକଙ୍କ ପରିଚୟ ଓ ଘଟଣାର ସମସ୍ତ ପରିସ୍ଥିତି ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି।


