ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅନ୍ତର୍ଗତ ଝରିପଦର ଗ୍ରାମର ଜିତେନ୍ଦ୍ର ସେଠୀ ନାମକ ଜଣେ ଯୁବକ କୀଟନାଶକ ଔଷଧ ଖାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଜିତେନ୍ଦ୍ର ମାନସିକ ଭାରସାମ୍ୟ ହରାଇ କୌଣସି କୀଟନାଶକ ଔଷଧ ଖାଇ ଅସୁସ୍ଥ ହୋଇ ପଡିଥିଲେ। ଏଭଳି ପରିସ୍ଥିତିରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିଥିଲା। ପୋଲିସ ଦ୍ଵାରା ଏହି ମାମଲାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ପରେ ପୋଲିସ ପରିବାରକୁ ହସ୍ତାନ୍ତର କରିଛି।


